ଯାଜପୁର ଜିଲ୍ଲା ମହୋତ୍ସବ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଯାଜପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଧର୍ମ, ଆଧ୍ୟାତ୍ମକ ଓ ଦର୍ଶନ ତତ୍ତ୍ବର ସଙ୍ଗମ  ସ୍ଥଳ ହେଉଛି ଯାଜପୁର। ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ। ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା । ଧର୍ମ, […]

ଯାଜପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଧର୍ମ, ଆଧ୍ୟାତ୍ମକ ଓ ଦର୍ଶନ ତତ୍ତ୍ବର ସଙ୍ଗମ  ସ୍ଥଳ ହେଉଛି ଯାଜପୁର। ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ। ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା । ଧର୍ମ, ସାହିତ୍ୟ ଓ ସଂସ୍କୃତିର କେନ୍ଦ୍ର ଥିଲା। ହିନ୍ଦୁ ଧର୍ମ ପରି ବୌଦ୍ଧ ଧର୍ମର ମଧ୍ୟ ବିକାଶ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ରତ୍ନଗିରି, ଲଳିତଗିରି ଓ ଉଦୟଗିରି ଏବେ ସାରା ବିଶ୍ବର ବୌଦ୍ଧ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମା’ ବିରଜାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ହେଉଛି ଶକ୍ତି ପୀଠ। ଏହାର ଗୌରବମୟ ଇତିହାସ ରହିଛି । ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି କଳା, ସାହିତ୍ୟ, ସଂସ୍କୃତି, କୃଷି, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଯାଜପୁରର ସ୍ବତନ୍ତ୍ର ପରିଚୟ ରହିଛି । ଯାଜପୁର ତାର ଐତିହ୍ୟକୁ ସାଥିରେ ନେଇ ଆଜି ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପ, ନିଯୁକ୍ତି ଓ ଭିତ୍ତିଭୂମି ଆଜି ଯାଜପୁରର ନୂଆ ପରିଚୟ ହୋଇଛି। ମୋର ଦୃଢ ବିଶ୍ବାସ, ଯାଜପୁର ରାଜ୍ୟର ଏକ ନମ୍ବର ଜିଲ୍ଲା ହୋଇ ସମସ୍ତଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷା  ନଳିନୀପ୍ରଭା ଜେନା, ବିଧାୟକ ସୁନନ୍ଦା ଦାସ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । ବିଧାୟକ  ପ୍ରଣବ ପ୍ରକାଶ ଦାସ ନିଜର ଅଭିଭାଷଣ ରଖି କହିଥିଲେ ଯେ ଯାଜପୁର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଆଶୀର୍ବାଦ ଓ ଭଲପାଇବା ଅଛି। ଯାଜପୁର ଆଜି ବିକାଶ କ୍ଷେତ୍ରରେ ସୁନାମ କରିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଯାଜପୁରରେ କଳିଙ୍ଗ ନଗର ଷ୍ଟିଲ କମ୍ପ୍ଲେକ୍‌ସ ଓ ମେଡିକାଲ କଲେଜ ହେବା ସହିତ ଯୋଗାଯୋଗ କ୍ଷେତ୍ରରେ ଯାଜପୁରର ଦ୍ରୁତ ବିକାଶ ହୋଇପାରିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଂଜନ ଘଡାଇ, ବିଧାୟକ ଅମର ପ୍ରସାଦ ଶତପଥୀ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ  ଅଶୋକ ବଳ ପ୍ରମୁଖ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

ଆଜି ବଲିଉଡ କଣ୍ଠଶିଳ୍ପୀ ସୁନିଧି ଚୌହ୍ୱାନ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ମହୋତ୍ସବରେ ପ୍ରତିଦିନ ଓଲିଉଡ ଓ ବଲିଉଡ କଳାକାର ମାନେ ଯୋଗଦେବେ। ଏହାସହ ପଲ୍ଲିଶ୍ରୀ ମେଳାରେ ପଡୁଛି ସ୍ବୟଂସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ୧୫୦ରୁ ଉର୍ଦ୍ଧ୍ୱ ଷ୍ଟଲ। ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଆୟୋଜିତ ଏହି ମହୋତ୍ସବକୁ ଉପଭୋଗ କରିବା ପାଇଁ ଜିଲା ଓ ଜିଲା ବାହାରର ଲକ୍ଷାଧିକ ଦର୍ଶକଙ୍କ ଭିଡ ହେବାର ସମ୍ଭାବନା ରହିଛି । ଏହି ଅବସରରେ ଜିଲ୍ଲାର କଳା,ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାର କରାଯିବ।

08 Feb 2023 By The Sakala

ଯାଜପୁର ଜିଲ୍ଲା ମହୋତ୍ସବ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଧର୍ମ, ଆଧ୍ୟାତ୍ମକ ଓ ଦର୍ଶନ ତତ୍ତ୍ବର ସଙ୍ଗମ  ସ୍ଥଳ ହେଉଛି ଯାଜପୁର। ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ। ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା । ଧର୍ମ, ସାହିତ୍ୟ ଓ ସଂସ୍କୃତିର କେନ୍ଦ୍ର ଥିଲା। ହିନ୍ଦୁ ଧର୍ମ ପରି ବୌଦ୍ଧ ଧର୍ମର ମଧ୍ୟ ବିକାଶ ହୋଇଥିଲା ।

ରତ୍ନଗିରି, ଲଳିତଗିରି ଓ ଉଦୟଗିରି ଏବେ ସାରା ବିଶ୍ବର ବୌଦ୍ଧ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମା’ ବିରଜାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ହେଉଛି ଶକ୍ତି ପୀଠ। ଏହାର ଗୌରବମୟ ଇତିହାସ ରହିଛି । ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି କଳା, ସାହିତ୍ୟ, ସଂସ୍କୃତି, କୃଷି, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଯାଜପୁରର ସ୍ବତନ୍ତ୍ର ପରିଚୟ ରହିଛି । ଯାଜପୁର ତାର ଐତିହ୍ୟକୁ ସାଥିରେ ନେଇ ଆଜି ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପ, ନିଯୁକ୍ତି ଓ ଭିତ୍ତିଭୂମି ଆଜି ଯାଜପୁରର ନୂଆ ପରିଚୟ ହୋଇଛି। ମୋର ଦୃଢ ବିଶ୍ବାସ, ଯାଜପୁର ରାଜ୍ୟର ଏକ ନମ୍ବର ଜିଲ୍ଲା ହୋଇ ସମସ୍ତଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷା  ନଳିନୀପ୍ରଭା ଜେନା, ବିଧାୟକ ସୁନନ୍ଦା ଦାସ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । ବିଧାୟକ  ପ୍ରଣବ ପ୍ରକାଶ ଦାସ ନିଜର ଅଭିଭାଷଣ ରଖି କହିଥିଲେ ଯେ ଯାଜପୁର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଆଶୀର୍ବାଦ ଓ ଭଲପାଇବା ଅଛି। ଯାଜପୁର ଆଜି ବିକାଶ କ୍ଷେତ୍ରରେ ସୁନାମ କରିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଯାଜପୁରରେ କଳିଙ୍ଗ ନଗର ଷ୍ଟିଲ କମ୍ପ୍ଲେକ୍‌ସ ଓ ମେଡିକାଲ କଲେଜ ହେବା ସହିତ ଯୋଗାଯୋଗ କ୍ଷେତ୍ରରେ ଯାଜପୁରର ଦ୍ରୁତ ବିକାଶ ହୋଇପାରିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଂଜନ ଘଡାଇ, ବିଧାୟକ ଅମର ପ୍ରସାଦ ଶତପଥୀ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ  ଅଶୋକ ବଳ ପ୍ରମୁଖ ଯୋଗ ଦେଇଥିଲେ।

ଆଜି ବଲିଉଡ କଣ୍ଠଶିଳ୍ପୀ ସୁନିଧି ଚୌହ୍ୱାନ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ମହୋତ୍ସବରେ ପ୍ରତିଦିନ ଓଲିଉଡ ଓ ବଲିଉଡ କଳାକାର ମାନେ ଯୋଗଦେବେ। ଏହାସହ ପଲ୍ଲିଶ୍ରୀ ମେଳାରେ ପଡୁଛି ସ୍ବୟଂସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ୧୫୦ରୁ ଉର୍ଦ୍ଧ୍ୱ ଷ୍ଟଲ। ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଆୟୋଜିତ ଏହି ମହୋତ୍ସବକୁ ଉପଭୋଗ କରିବା ପାଇଁ ଜିଲା ଓ ଜିଲା ବାହାରର ଲକ୍ଷାଧିକ ଦର୍ଶକଙ୍କ ଭିଡ ହେବାର ସମ୍ଭାବନା ରହିଛି । ଏହି ଅବସରରେ ଜିଲ୍ଲାର କଳା,ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାର କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର