ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ: ୧ ମୃତ, ୩ ଗୁୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲି ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ସିକ୍ୟୁରିଟି ଗାର୍ଡ ବୋଲି ଜଣାପଡ଼ିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା  ବେଳେ ଅନ୍ୟ ଦୁଇ ଜଣଙ୍କୁ ଝାରସୁଗୁଡା ମୁଖ୍ୟ […]

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲି ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ସିକ୍ୟୁରିଟି ଗାର୍ଡ ବୋଲି ଜଣାପଡ଼ିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା  ବେଳେ ଅନ୍ୟ ଦୁଇ ଜଣଙ୍କୁ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ତେବେ କରାଖାନାରେ କିପରି ବିସ୍ଫୋରଣ ଘଟିଲା ତା’ର କାରଣ ସ୍ପଷ୍ଟ ହୋଇ ନାହିଁ। କରାଖାନାରେ ଗ୍ୟାସ ଟାଙ୍କି ଫାଟି ବିସ୍ଫୋରଣ ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ କୋଲାବିରା ପୁଲିସ ପହଞ୍ଚି  ଏକ ମାମଲା ରଜୁ କରି ତଦନ୍ତ ଆରମ୍ଭ କରିଛି।

About The Author: The Sakala