ସମାଧାନ ହେଲା ଦୀର୍ଘ ବର୍ଷର ଜମିଜମା ସମସ୍ୟା, ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ମିଳିଲା ଜମି ପଟ୍ଟା

The Sakala Picture
Published On

ଝାରସୁଗୁଡ଼ା: ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ପାଇଁ ଖୁସିର ଦିନ । ସମାଧାନ ହୋଇଛି ଦୀର୍ଘ ବର୍ଷ ହେଲା ଲାଗି ରହିଥିବା ଜମିଜମା ସମସ୍ୟା । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ହୀରାକୁଦ ବିସ୍ଥାପିତଙ୍କୁ ଆଜି ଜମି ଡ଼ିହ ପଟ୍ଟା ପ୍ରଦାନ କରାଯାଇଛି। ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପଟ୍ଟା ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଡି ହୋଇଥିଲେ।  ଲଖନପୁର ବ୍ଲକ ଅଫିସ ନିକଟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ବ୍ରଜରାଜନଗର ବିଧାୟିକା ଅଳକା […]

ଝାରସୁଗୁଡ଼ା: ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ପାଇଁ ଖୁସିର ଦିନ । ସମାଧାନ ହୋଇଛି ଦୀର୍ଘ ବର୍ଷ ହେଲା ଲାଗି ରହିଥିବା ଜମିଜମା ସମସ୍ୟା । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ହୀରାକୁଦ ବିସ୍ଥାପିତଙ୍କୁ ଆଜି ଜମି ଡ଼ିହ ପଟ୍ଟା ପ୍ରଦାନ କରାଯାଇଛି। ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପଟ୍ଟା ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଡି ହୋଇଥିଲେ।  ଲଖନପୁର ବ୍ଲକ ଅଫିସ ନିକଟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି, ସମ୍ବଲପୁର ଆରଡ଼ିସି, ଝାରସୁଗୁଡ଼ା ଜିଲ୍ଲାପାଳ ଅବୋଲି ସୁନୀଲ ନରଭାଣେ ପ୍ରମୁଖ ଲଖନପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଓ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ କରାଯାଇଛି । ଏହି ଗାଁ ଗୁଡିକ ହେଲା, ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ ପ୍ରାୟ ୯୦୦ଟି ପରିବାର ପଟ୍ଟା ପାଇଛନ୍ତି । ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ, ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର