ଝାରସୁଗୁଡ଼ାରେ ଏନକାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ

Madhusudan Das Picture
Published On

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଏନକାଉଣ୍ଟର । ପୋଲିସର ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ । ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଛି ଗୁଳି । ଡକାୟତି ଯୋଜନା ବେଳେ ଝାରସୁଗୁଡା ପୋଲିସର ଏନ୍‌କାଉଣ୍ଟର । ଜୟ ଚୌହାନ ନାଁରେ ରହିଛି ୧୦ରୁ ଅଧିକ ସଙ୍ଗୀନ ମାମଲା । ଏନେଇ ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌ । ଆହତ ଅପରାଧୀକୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ଅନ୍ୟ ସହଯୋଗୀ ଫେରାର ଥିବା ସୂଚନା ମିଳିଛି । 

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର; ବୈତରଣୀରେ ବନ୍ୟା ଆଶଙ୍କା, ବିପଦ ସଂକେତ ଉପରେ ଜଳକା

ସୂଚନା ଅନୁସାରେ, ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ତା'ର କିଛି ସହଯୋଗୀଙ୍କ ସହ ମିଶି ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିଲା। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସର ଏକ ସ୍ପେଶାଲ ଟିମ୍ ସେଠାରେ ଚଢ଼ାଉ କରିଥିଲା । ପୋଲିସକୁ ଦେଖି ଅପରାଧୀମାନେ ଛତ୍ରଭଙ୍ଗ ଦେବା ସହ ପୋଲିସ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ। ଆତ୍ମରକ୍ଷା ସହ ଅପରାଧୀକୁ କାବୁ କରିବା ପାଇଁ ପୋଲିସ ପକ୍ଷରୁ ମଧ୍ୟ ଗୁଳି ଚାଳନା କରାଯାଇଥିଲା। ଏହି ଗୁଳି ବିନିମୟ ସମୟରେ ଏକ ଗୁଳି ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଥିଲା, ଯାହାଫଳରେ ସେ ସେଠାରେ ଟଳି ପଡ଼ିଥିଲା। ଅନ୍ୟ ସହଯୋଗୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୋଲିସର ସର୍ଚ୍ଚ ଅପରେସନ ଜାରି ରହିଛି। 

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର