ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ, ୧୦ରୁ ଅଧିକ ଆହତ

The Sakala Picture
Published On

ଝାରସୁଗୁଡ଼ା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ଜାତୀୟ ରାଜପଥ -୪୯ ଝାରସୁଗୁଡା- ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। DAV ସ୍କୁଲ ଝାରସୁଗୁଡାର ଏକ ବସ ବନ୍ଧବାହାଲରୁ ଝାରସୁଗୁଡା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣାଟି ଘଟିଛି । ବସରେ ୨୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ […]

ଝାରସୁଗୁଡ଼ା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ମିଳିଥିବା ସୂଚନା ଅନୁସାରେ ଜାତୀୟ ରାଜପଥ -୪୯ ଝାରସୁଗୁଡା- ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। DAV ସ୍କୁଲ ଝାରସୁଗୁଡାର ଏକ ବସ ବନ୍ଧବାହାଲରୁ ଝାରସୁଗୁଡା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣାଟି ଘଟିଛି । ବସରେ ୨୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଥିବା ସୂଚନା ମିଳିଛି । ଆହତ ସମସ୍ତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ପଠାଇ ଦେଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ବସ୍‌ ଓ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସ୍ ଓ ଟ୍ରକର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି।

22 May 2024 By The Sakala

ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ, ୧୦ରୁ ଅଧିକ ଆହତ

ଝାରସୁଗୁଡ଼ା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ ଜାତୀୟ ରାଜପଥ -୪୯ ଝାରସୁଗୁଡା- ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। DAV ସ୍କୁଲ ଝାରସୁଗୁଡାର ଏକ ବସ ବନ୍ଧବାହାଲରୁ ଝାରସୁଗୁଡା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣାଟି ଘଟିଛି । ବସରେ ୨୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଥିବା ସୂଚନା ମିଳିଛି । ଆହତ ସମସ୍ତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ପଠାଇ ଦେଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ବସ୍‌ ଓ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସ୍ ଓ ଟ୍ରକର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର