ଖରାରେ ଶିଝୁଛି ଓଡ଼ିଶା: ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି।  ଆଜି  ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ଯରୁ ଝାରସୁଗୁଡାର ତାପମାତ୍ରା ସର୍ବୋଚ୍ଚ ରହିଛ। ଝାରସୁଗୁଡାର ତାପମାତ୍ରା ୪୨.୦ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ୪୧.୮ ଓ ଭୁବନେଶ୍ବର ୪୦.୨  ଡ଼ିଗ୍ରୀ ତାପମାତ୍ରା ରେକର୍ଡ  କରାଯାଇଛି। […]

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି।  ଆଜି  ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ଯରୁ ଝାରସୁଗୁଡାର ତାପମାତ୍ରା ସର୍ବୋଚ୍ଚ ରହିଛ। ଝାରସୁଗୁଡାର ତାପମାତ୍ରା ୪୨.୦ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ୪୧.୮ ଓ ଭୁବନେଶ୍ବର ୪୦.୨  ଡ଼ିଗ୍ରୀ ତାପମାତ୍ରା ରେକର୍ଡ  କରାଯାଇଛି। ସେହିପରି- ଚାନ୍ଦବାଲି- ୪୦.୦ ଡ଼ିଗ୍ରୀ, ହୀରାକୁଦ- ୪୦.୦ ଡ଼ିଗ୍ରୀ କେନ୍ଦୁଝର- ୩୮.୦ ଡ଼ିଗ୍ରୀ, ବାଲେଶ୍ୱର- ୩୬.୪ ଡ଼ିଗ୍ରୀ, ଗୋପାଳପୁର- ୩୩.୨ ଡ଼ିଗ୍ରୀ, ପୁରୀ- ୩୩.୨ ଡ଼ିଗ୍ରୀ ଓ ପାରାଦୀପ- ୩୨.୪ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଖବର ଅନୁଯାୟୀ,  ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବା ସମ୍ଭାବନା ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପ୍ରିଲ ୧୫ ଓ ୧୬ ତାରିଖ  ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାର୍ଯ୍ୟ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

About The Author: The Sakala