ଜିଓ ପକ୍ଷରୁ ଓଡ଼ିଶାରେ ‘ଟ୍ରୁ-୫ଜି’ର ଶୁଭାରମ୍ଭ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଓ କଟକ ସହର ସାମିଲ

The Sakala Picture
Published On

ଭୁବନେଶ୍ୱର: କେନ୍ଦ୍ର ଯୋଗାଯୋଗ, ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ ଏବଂ ମାନ୍ୟବର କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଅତୁଲ୍ୟ ଭାରତର ଆତ୍ମା ଭାବେ ପରିଚିତ ଓଡ଼ିଶାରେ ଜିଓ ‘ଟ୍ରୁ-୫ଜି’ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜିଓ ଟ୍ରୁ-୫ଜିର ପ୍ରତିଶ୍ରୁତିପୂର୍ଣ୍ଣ ବ୍ୟବହାରର ଅନୁଭୂତି ମଧ୍ୟ ହାସଲ କରିଛନ୍ତି। ଆଜିଠାରୁ ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ରୁପାର ସହର କଟକ ଜିଓ ଟ୍ରୁ-୫ଜି ସେବା ହାସଲ […]

ଭୁବନେଶ୍ୱର: କେନ୍ଦ୍ର ଯୋଗାଯୋଗ, ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ ଏବଂ ମାନ୍ୟବର କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଅତୁଲ୍ୟ ଭାରତର ଆତ୍ମା ଭାବେ ପରିଚିତ ଓଡ଼ିଶାରେ ଜିଓ ‘ଟ୍ରୁ-୫ଜି’ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜିଓ ଟ୍ରୁ-୫ଜିର ପ୍ରତିଶ୍ରୁତିପୂର୍ଣ୍ଣ ବ୍ୟବହାରର ଅନୁଭୂତି ମଧ୍ୟ ହାସଲ କରିଛନ୍ତି। ଆଜିଠାରୁ ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ରୁପାର ସହର କଟକ ଜିଓ ଟ୍ରୁ-୫ଜି ସେବା ହାସଲ କରିବାରେ ଓଡ଼ିଶାର ପ୍ରଥମ ସହର ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାରେ ୫ଜି ସେବାର ଉଦ୍‌ଘାଟନ କରାଯାଇଥିବା ବେଳେ ଜିଓ ପକ୍ଷରୁ ଏକ ସ୍ୱତନ୍ତ୍ର ଟ୍ରୁ-୫ଜି ଏକ୍ସପେରିଏନ୍ସ ଜୋନ୍ ସ୍ଥାପନ କରାଯାଇଛି ଯେଉଁଠାରେ ଜିଓ କମ୍ୟୁନିଟି କ୍ଲିନିକ୍ ମେଡିକାଲ୍ କିଟ୍ ଜରିଆରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ୫ଜି ର ଉପଯୋଗୀତା ପ୍ରଦର୍ଶନ ସହିତ ଶିକ୍ଷା, କ୍ଲାଉଡ୍ ଗେମିଂ, ସ୍ମାର୍ଟ ଅଫିସ୍‌, ସ୍ମାର୍ଟ ସିଟି, ସ୍ମାର୍ଟ ମିଟରିଂ ଓ ଲାଇଟିଙ୍ଗ୍ ଏବଂ ବୈପ୍ଳବିକ ଏଆର-ଭିଆର ଡିଭାଇସ୍ ଜିଓ ଗ୍ଲାସ୍ ମାଧ୍ୟମରେ ୫ଜିର ଚମତ୍କାର ପ୍ରୟୋଗ ଓ ସୁବିଧାଗୁଡ଼ିକୁ ପ୍ରଦର୍ଶନ କରାଯାଇଛି । ଏହି ସୁବିଧାଗୁଡ଼ିକ ଓଡ଼ିଶାର ଲୋକମାନଙ୍କ ଜୀବନରେ ଉଲ୍ଲେଖନୀୟ ପରିବର୍ତନ ଆଣିବ । ଏହି ଅବସରରେ ୫ଜି ଲ୍ୟାବ୍ ଏବଂ ୫ଜିର ବ୍ୟବହାର ସହଯୋଗିତାକୁ ନେଇ ରିଲାଏନ୍ସ ଜିଓ ଏବଂ ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷରିତ ହୋଇଛି ।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ବହୁସଂଖ୍ୟକ ଛାତ୍ରଛାତ୍ରୀ ରହିଥିବା ତଥା ପୂର୍ବ ଭାରତର ଆଇଟି ଓ ଶିକ୍ଷା ହବ୍ ଭାବେ ପରିଚିତ ଭୁବନେଶ୍ୱରରେ ଜିଓ ଟ୍ରୁ-୫ଜି ଉଭୟ ନାଗରିକ ଏବଂ ସହର ପରିଦର୍ଶନକାରୀମାନଙ୍କୁ ବ୍ୟାପକ ସୁଯୋଗ ଓ ସମୃଦ୍ଧ ଅନୁଭୂତି ପ୍ରଦାନ କରିବ ଓ ବାସ୍ତବରେ ଯୁଗାନ୍ତକାରୀ ସାବ୍ୟସ୍ତ ହେବ । ଜିଓର ଟ୍ରୁ-୫ଜି ଡାଟା ଭୁବନେଶ୍ୱରରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଶୁଭାରମ୍ଭ କରାଯାଇଛି ଯେତେବେଳେ ଭାରତର ଏହି ଦ୍ରୁତ ଉଦୀୟମାନ କ୍ରୀଡ଼ା ରାଜଧାନୀ ଆସନ୍ତା କିଛି ଦିନ ମଧ୍ୟରେ ଏଫ୍‌ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ଲାଗି ପ୍ରସ୍ତୁତ ହେଉଛି । ସେହିପରି, ୧୦୦୦ ବର୍ଷ ପୁରୁଣା ଐତିହାସିକ କଟକ ସହରର ଜନସାଧାରଣ ଏବେ ପରବର୍ତୀ ପିଢ଼ିର ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟା ହାସଲ କରିପାରିବେ ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଦ୍ୱେତ ସହର ଭୁବନେଶ୍ୱର ଓ କଟକ ସହ ଓଡ଼ିଶାରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରି ଆମେ ବେଶ୍ ଆନନ୍ଦିତ । ଓଡଶାରେ ଟ୍ରୁ-୫ଜି ସେବା ଆରମ୍ଭ କରିବା ଆମ ପାଇଁ ଗର୍ବର ବିଷୟ ଏବଂ ଖୁବ୍‌ଶୀଘ୍ର ଓଡ଼ିଶାର କୋଣ ଅନୁକୋଣକୁ ଦ୍ରୁତ ଗତିରେ ଟ୍ରୁ-୫ଜି ନେଟ୍‌ୱର୍କର ସମ୍ପ୍ରସାରଣ କରାଯିବ । ଜିଓ ପକ୍ଷରୁ ୨୦୨୩ ଫେବ୍ରୁଆରୀ ସୁଦ୍ଧା ଓଡ଼ିଶାର ରାଉରକେଲା, ବ୍ରହ୍ମପୁର, ପୁରୀ, ସମ୍ବଲପୁର ଓ ବାଲେଶ୍ୱର ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯିବା ସହିତ ୨୦୨୩ ଡିସେମ୍ବର ସୁଦ୍ଧା ଓଡ଼ିଶାର ପ୍ରତି ତହସିଲ ଓ ତାଲୁକା ପର୍ଯ୍ୟନ୍ତ ଜିଓ ଟ୍ରୁ-୫ଜି ସେବାକୁ ସମ୍ପ୍ରସାରିତ କରିବା ଯୋଜନା ରହିଛି ।’’

ଓଡ଼ିଶାରେ ଜିଓ ଯେଉଁ ଭଲ ପାଇବା ହାସଲ କରିଛି ତାହାକୁ ନେଇ ଆମେ ନିଜକୁ ଭାଗ୍ୟବାନ ମନେ କରୁଛୁ । ଓଡିଶାରେ ବ୍ୟବହାର ହେଉଥିବା ମୋଟ ଡାଟାର ଦୁଇ ତୃତୀୟାଂଶ ବଜାର ଅଂଶ ଜିଓ ଦ୍ୱାରା ପରିଚାଳିତ । ଓଡ଼ିଶାରେ ପ୍ରତି ତିନି ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କ ମଧ୍ୟରୁ ଦୁଇ ଜଣ ଜିଓ ବ୍ୟବହାର କରୁଛନ୍ତି ।

ଓଡ଼ିଶାର ପ୍ରତିଟି ଲୋକଙ୍କ ପାଖରେ ଜିଓ ଟ୍ରୁ-୫ଜି ସେବାକୁ ପହଞ୍ଚାଇବା ଲାଗି ଜିଓର ଇଞ୍ଜିନିୟରମାନେ ଚବିଶ ଘଂଟା କାର୍ଯ୍ୟ କରୁଛନ୍ତି, ଯାହା ପଛରେ ରହିଛି ଏହି ପ୍ରଯୁକ୍ତିର ପରିବର୍ତନକାରୀ ଶକ୍ତି ଏବଂ ଏହା ପ୍ରଦାନ କରୁଥିବା ଉଲ୍ଲେଖନୀୟ ଲାଭ ।’’
୨୦୨୩ ଜାନୁଆରି ୫ ତାରିଖରୁ ଜିଓ ୱେଲକମ୍ ଅଫରରେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାର ଅନୁଭୂତି ହାସଲ କରିବା ଲାଗି ଭୁବନେଶ୍ୱର ଓ କଟକର ଜିଓ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯିବ ।

ଜିଓ ଟ୍ରୁ-୫ଜିର ତିନି-ସୂତ୍ରୀ ଲାଭ ରହିଛି ଯାହା ଏହାକୁ ଭାରତର ଏକମାତ୍ର ଟ୍ରୁ-୫ଜି ନେଟ୍‌ୱର୍କରେ ପରିଣତ କରିଛି:
୧. ଉନ୍ନତ ୫ଜି ନେଟ୍‌ୱର୍କ ସହ ୪ଜି ନେଟ୍‌ୱର୍କ ଉପରେ ଶୂନ ନିର୍ଭରଶୀଳତା ସହ ଷ୍ଟାଣ୍ଡ୍‌-ଏଲୋନ୍ ୫ଜି ନେଟ୍‌ୱର୍କ
୨. ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଓ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ୫ଜି ସ୍ପେକ୍ଟ୍ରମ୍‌ର ସର୍ବବୃହତ ଓ ଶ୍ରେଷ୍ଠ ମିଶ୍ରଣ
୩. କ୍ୟାରିୟର ଏଗ୍ରିଗେସନ ଭଳି ଉନ୍ନତ ପ୍ରଯୁକ୍ତିକୁ ବ୍ୟବହାର କରି ନିରବଚ୍ଛିନ୍ନ ଭାବେ ୫ଜି ଫ୍ରିକ୍ୟୁଏନ୍‌ସିକୁ ଏହା ଏକ ଏକକ ଦୃଢ଼ ‘ଡାଟା ହାଇୱେ’ ରେ ପରିଣତ କରୁଛି

05 Jan 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର