ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର

The Sakala Picture
Published On

କଟକ: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। […]

କଟକ: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା, ପୁଲିସ ଡିଜି ଓ ପୁଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ। ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

କଟକ ସୁତାହାଟର ବାସିନ୍ଦା ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ରାଜ୍ୟର ସର୍ବବୃହତ ପବ୍ଲିକେସନ ହାଉସ ଗ୍ରନ୍ଥ ମନ୍ଦିର ପ୍ରକାଶକଙ୍କ ପରିବାର ସଦସ୍ୟ। ଜଷ୍ଟିସ ମହାପାତ୍ରଙ୍କ ଜେଜେ ବାପା ଶ୍ରୀଧର ମହାପାତ୍ର ଗ୍ରନ୍ଥ ମନ୍ଦିରର ପ୍ରତିଷ୍ଠାତା ଥିଲେ। ବାପା ସ୍ୱର୍ଗତ ଅଭିରାମ ମହାପାତ୍ର ଦୀର୍ଘ ଦିନ ଧରି ଗ୍ରନ୍ଥ ମନ୍ଦିରର ପବ୍ଲିକେସନ ବୁଝା ବୁଝି କରୁଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚଶିକ୍ଷା ଶେଷ କରିଥିଲେ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ଶେଷ କରି ୧୯୯୫ ମସିହାରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜିକୃତ ହୋଇଥିଲେ। ସେହିବର୍ଷ ଠାରୁ ଓଡିଶା ହାଇକୋର୍ଟରେ ସେତେବେଳେର ଜଣାଶୁଣା ଓକିଲ ଜଷ୍ଟିସ ପି କେ ମିଶ୍ରଙ୍କ ଜୁନିୟର ଭାବେ ଓକିଲାତି ଆରମ୍ଭ କରିଥିଲେ। ଓଡିଶା ମାନବିକ ଅଧିକାର ଆୟୋଗ, ବିପିୟୁଟି ଓ ଭାରତୀୟ ନିର୍ବାଚନ କମିଶନଙ୍କର ଓକିଲ ଭାବେ ସେ ଓଡିଶା ହାଇକୋର୍ଟରେ ଗୁରୁ ଦାୟିତ୍ୱ ନିର୍ବାହ କରିଥିଲେ। ଦୀର୍ଘ ୨୬ ବର୍ଷ ମଧ୍ୟରେ ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରିଛନ୍ତି । ଜଷ୍ଟିସ ଆଦିତ୍ୟ ମହାପାତ୍ରଙ୍କ ନିଯୁକ୍ତ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୮ରେ ପହଞ୍ଚଛି ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର