ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

The Sakala Picture
Published On

କଟକ: ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଧନଞ୍ଜୟ ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଞ୍ଜୟ କିଶନ କଉଲ ଓ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଜଷ୍ଟିସ ସିଂହଙ୍କୁ […]

କଟକ: ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଧନଞ୍ଜୟ ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଞ୍ଜୟ କିଶନ କଉଲ ଓ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଆଜି କେନ୍ଦ୍ର ସରକାରଙ୍କ ତରଫରୁ ସୁପ୍ରିମକୋର୍ଟଙ୍କ ସୁପାରିସକୁ ଗ୍ରହଣ କରାଯାଇ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

୧୯୬୩, ଜାନୁଆରି ୨୦ରେ ଜଷ୍ଟିସ ସିଂହ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (କ୍ୟାମ୍ପସ ଲ ସେଣ୍ଟର)ରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ। ୧୯୯୦, ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲର ଭାବେ ତାଙ୍କୁ ୧୯୯୮ରେ ନିଯୁକ୍ତି ମିଳିଥିଲା। ପରେ ସେ ପାଟନା ହାଇକୋର୍ଟର କାଉନସେଲର ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ। ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲର ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଥିଲା। ପାଟନା ହାଇକୋର୍ଟ ମେଡିଏସନ୍‌‌ ସେଣ୍ଟରରେ ମେଡିଏଟର ଭାବେ ନିଯୁକ୍ତି ପାଇଥିଲେ। ୨୦୧୦ ସେପ୍ଟେମ୍ବର ୧୮ରୁ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ୨୦୧୦ ଡିସେମ୍ବରରେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍‌ ଜେନେରାଲ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨ ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୩, ଫେବ୍ରୁଆରୀ ୬ରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଡଃ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଦାୟିତ୍ବରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର