ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି

The Sakala Picture
Published On

ଭୁବନେଶ୍ବର: ଓଡିଶାର ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ଟ୍ବିଟ୍ କରି ଅବଗତ କରାଇଛନ୍ତି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ଟଣ୍ଡନ୍ […]

ଭୁବନେଶ୍ବର: ଓଡିଶାର ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରିଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ଟ୍ବିଟ୍ କରି ଅବଗତ କରାଇଛନ୍ତି। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ଟଣ୍ଡନ୍ ।

ଆହୁରି ପଢ଼ନ୍ତୁ: ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ

ତେବେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ କଲେଜିୟମ୍ କଲିକତା ହାଇକୋର୍ଟର ବିଚାରପତିଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଁ ସୁପାରିଶ କରିଥିଲେ । ଗତ ଜାନୁଆରୀ ୧୯ରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଏହି ସୁପାରିଶ କରାଯାଇଥିଲା । ଆଉ ବର୍ତ୍ତାମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବରେ କାର୍ଯ୍ୟରତ ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଗତକାଲି କଲେଜିୟମ୍ ଦ୍ୱାରା ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର ପାଇଁ ସୁପାରିଶ କରାଯାଇଥିବା ବେଳେ ଆଜି ଜଷ୍ଟିସ୍ ଟଣ୍ଡନଙ୍କୁ ରାଜ୍ୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା କ୍ରିକେଟ ଆସୋସିଏସନ ନିର୍ବାଚନ: ମାମଲାର ଶୁଣାଣିକୁ ନଭେମ୍ବର ୨୦ ଯାଏଁ ଘୁଞ୍ଚାଇଲେ ହାଇକୋର୍ଟ

୧୩ ଏପ୍ରିଲ୍ ୨୦୧୦ରେ ବିଚାରପତି ହରିଶ ଟଣ୍ଡନଙ୍କୁ କଲିକତା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା । ସେବେଠାରୁ ସେ ସେଠାରେ ହିଁ କାର୍ଯ୍ଯ କରୁଛନ୍ତି । ଏଥିସହିତ ସର୍ବଭାରତୀୟ ହାଇକୋର୍ଟ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ସପ୍ତମ ସ୍ଥାନରେ ରହିଛନ୍ତି ଜଷ୍ଟିସ୍ ଟଣ୍ଡନ୍ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳରେ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଭାରତୀୟ ସେନାରେ ସାମିଲ ପାଇଁ ପ୍ରସ୍ତୁତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର