ମନୋରଞ୍ଜନ
ଓଡ଼ିଶା
୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ବର : କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି […]
ଭୁବନେଶ୍ବର : କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସେପଟେ ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।