ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ କାଳବୈଶାଖୀ ସତର୍କତା

The Sakala Picture
Published On

ଭୁବନେଶ୍ବର : ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ମଙ୍ଗଳବାର ସନ୍ଧ୍ୟାରେ ପାଣିପାଗ ବିଭାଗ ପକ୍ଷରୁ ଗଜପତି, କେନ୍ଦୁଝର, ରାୟଗଡ଼ା, ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ୩ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ନେଇ ସୂଚନା ଦିଆଯାଇଛି। ଏଥି ସହିତ ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗୀର, ଗଞ୍ଜାମ, କନ୍ଧମାଳ, କୋରାପୁଟ, […]

ଭୁବନେଶ୍ବର : ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ମଙ୍ଗଳବାର ସନ୍ଧ୍ୟାରେ ପାଣିପାଗ ବିଭାଗ ପକ୍ଷରୁ ଗଜପତି, କେନ୍ଦୁଝର, ରାୟଗଡ଼ା, ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ୩ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ନେଇ ସୂଚନା ଦିଆଯାଇଛି। ଏଥି ସହିତ ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିଶନରେଟ ପୋଲିସ୍‌ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

ସେହିପରି ବଲାଙ୍ଗୀର, ଗଞ୍ଜାମ, କନ୍ଧମାଳ, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ସୋନପୁରର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି ସହିତ ଝଡ଼ବର୍ଷା ହେବ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟର ଏହି ୩ ଜିଲ୍ଲାରେ ସୁନା ଖଣିର ସନ୍ଧାନ... ବିଧାନସଭାରେ ତଥ୍ୟ ରଖିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର