ଭୁବନେଶ୍ବର : ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ମଙ୍ଗଳବାର ସନ୍ଧ୍ୟାରେ ପାଣିପାଗ ବିଭାଗ ପକ୍ଷରୁ ଗଜପତି, କେନ୍ଦୁଝର, ରାୟଗଡ଼ା, ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ୩ ଘଣ୍ଟା ମଧ୍ୟରେ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ନେଇ ସୂଚନା ଦିଆଯାଇଛି। ଏଥି ସହିତ ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେହିପରି ବଲାଙ୍ଗୀର, ଗଞ୍ଜାମ, କନ୍ଧମାଳ, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ସୋନପୁରର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି ସହିତ ଝଡ଼ବର୍ଷା ହେବ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।