କଳାହାଣ୍ଡିବାସୀଙ୍କୁ ୯୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବା ସହ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଉପକୃତ ହେବ ଲକ୍ଷ ଲକ୍ଷ ଗରିବ ଲୋକେ । କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୯୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଜୟ ମାଆ ମାଣିକେଶ୍ବରୀରୁ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ଯରେ ନିଜ ଉଦବୋଧନ ଆରମ୍ଭ […]

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଉପକୃତ ହେବ ଲକ୍ଷ ଲକ୍ଷ ଗରିବ ଲୋକେ । କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୯୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଜୟ ମାଆ ମାଣିକେଶ୍ବରୀରୁ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ଯରେ ନିଜ ଉଦବୋଧନ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ପାଇଁ ୯୦୦ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରି ବହୁତ ଖୁସି ଥିବା କହିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

କଳାହାଣ୍ଡିର ପ୍ରତି ଗାଁରେ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ୨୫୦୦ କୋଟି ଟଙ୍କାର କାମ ଚାଲିଛି । ଗତ ଜୁନରେ କଳାହାଣ୍ଡି ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ଅପର ଇନ୍ଦ୍ରାବତୀ ଲିଫ୍ଟ କେନାଲର ଶୁଭାରମ୍ଭ କରିଥିଲେ । ଏବେ ୬୮ ପ୍ରତିଶତ ଜମିକୁ ଜଳଯୋଗାଣ ହୋଇପାରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଧାନ ଉତ୍ପାଦନରେ କଳାହାଣ୍ଡି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି । ଜିଲ୍ଲାରେ ଧାନ ଉତ୍ପାଦନ ୭୬ ଲକ୍ଷ ଟନରେ ପହଞ୍ଚିଛି । ମାଛ ଉତ୍ପାଦନରେ କଳାହାଣ୍ଡି ଜାତୀୟ ପୁରସ୍କାର ପାଇଛି । କପା ଉତ୍ପାଦନରେ ମଧ୍ୟ କଳାହାଣ୍ଡି ପୂରା ରାଜ୍ୟରେ ସମସ୍ତଙ୍କଠାରୁ ଆଗରେ ରହିଛି । ବିଜୁ ଏକ୍ସପ୍ରେସ ହେଉ କି ଭବାନରପାଟଣା ବାଇପାସ କିମ୍ବା ଭବାନୀପାଟଣା-ରାୟଗଡ଼ା ରାସ୍ତା କାମ ଓ ଗ୍ରୀଡ଼ ସବଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମରେ କଳାହାଣ୍ଡି ସଫଳତାର ସହ ଆଗେଇ ଚାଲିଛି ।’

ସେ ଆହୁରି କହିଛନ୍ତି, ‘ମିଶନ ଶକ୍ତିରେ କଳାହାଣ୍ଡିର ମାଆମାନେ ବହୁତ ଭଲ କାମ କରୁଛନ୍ତି । କଳାହାଣ୍ଡି ଆଜି ଏକ ଶିକ୍ଷା ହବ୍ ହୋଇପାରିଛି । କଳାହାଣ୍ଡି ୟୁନିଭର୍ସିଟି, କଳାହାଣ୍ଡି ଇଂଜିନିୟରିଂ କଲେଜ, ସରକାରୀ ଏଗ୍ରିକଳଚର କଲେଜ ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ।’

ଆଜି କଳାହାଣ୍ଡି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହେଲା । ରାଜ୍ୟର ୯୬ ଲକ୍ଷ ପରିବାରଙ୍କୁ ଏହି କାର୍ଡ ଦିଆଯିବ । ରାଜ୍ୟର ସାଢେ ୩ କୋଟି ଲୋକ ଏଥିରୁ ଉପକୃତ ହେବ । ପୁରୁଷମାନଙ୍କ ପାଇଁ ୫ ଲକ୍ଷ ଓ ମାଆମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ବ୍ୟବସ୍ଥା କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ । ଅର୍ଥାଭାବରୁ ଆଉ କେହି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେନି । ସ୍ବାସ୍ଥ୍ୟ ବାବଦ ଖର୍ଚ୍ଚ ଅର୍ଥରେ ଘରର ଉନ୍ନତି କରିପାରେବ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସ୍ମାର୍ଟ କାର୍ଡ୍ ଦ୍ୱାରା କଳାହାଣ୍ଡିରେ ସାଢେ ୪ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ । ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ ଏବଂ ରାଜ୍ୟ ତଥା ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଏହି କାର୍ଡ ଦେଖାଇ ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇପାରିବେ ।

08 Nov 2021 By The Sakala

କଳାହାଣ୍ଡିବାସୀଙ୍କୁ ୯୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବା ସହ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଉପକୃତ ହେବ ଲକ୍ଷ ଲକ୍ଷ ଗରିବ ଲୋକେ । କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୯୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି ।

ଜୟ ମାଆ ମାଣିକେଶ୍ବରୀରୁ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ଯରେ ନିଜ ଉଦବୋଧନ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ପାଇଁ ୯୦୦ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରି ବହୁତ ଖୁସି ଥିବା କହିଥିଲେ ମୁଖ୍ୟମନ୍ତ୍ରୀ ।

କଳାହାଣ୍ଡିର ପ୍ରତି ଗାଁରେ ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ୨୫୦୦ କୋଟି ଟଙ୍କାର କାମ ଚାଲିଛି । ଗତ ଜୁନରେ କଳାହାଣ୍ଡି ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ଅପର ଇନ୍ଦ୍ରାବତୀ ଲିଫ୍ଟ କେନାଲର ଶୁଭାରମ୍ଭ କରିଥିଲେ । ଏବେ ୬୮ ପ୍ରତିଶତ ଜମିକୁ ଜଳଯୋଗାଣ ହୋଇପାରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଧାନ ଉତ୍ପାଦନରେ କଳାହାଣ୍ଡି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି । ଜିଲ୍ଲାରେ ଧାନ ଉତ୍ପାଦନ ୭୬ ଲକ୍ଷ ଟନରେ ପହଞ୍ଚିଛି । ମାଛ ଉତ୍ପାଦନରେ କଳାହାଣ୍ଡି ଜାତୀୟ ପୁରସ୍କାର ପାଇଛି । କପା ଉତ୍ପାଦନରେ ମଧ୍ୟ କଳାହାଣ୍ଡି ପୂରା ରାଜ୍ୟରେ ସମସ୍ତଙ୍କଠାରୁ ଆଗରେ ରହିଛି । ବିଜୁ ଏକ୍ସପ୍ରେସ ହେଉ କି ଭବାନରପାଟଣା ବାଇପାସ କିମ୍ବା ଭବାନୀପାଟଣା-ରାୟଗଡ଼ା ରାସ୍ତା କାମ ଓ ଗ୍ରୀଡ଼ ସବଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମରେ କଳାହାଣ୍ଡି ସଫଳତାର ସହ ଆଗେଇ ଚାଲିଛି ।’

ସେ ଆହୁରି କହିଛନ୍ତି, ‘ମିଶନ ଶକ୍ତିରେ କଳାହାଣ୍ଡିର ମାଆମାନେ ବହୁତ ଭଲ କାମ କରୁଛନ୍ତି । କଳାହାଣ୍ଡି ଆଜି ଏକ ଶିକ୍ଷା ହବ୍ ହୋଇପାରିଛି । କଳାହାଣ୍ଡି ୟୁନିଭର୍ସିଟି, କଳାହାଣ୍ଡି ଇଂଜିନିୟରିଂ କଲେଜ, ସରକାରୀ ଏଗ୍ରିକଳଚର କଲେଜ ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ।’

ଆଜି କଳାହାଣ୍ଡି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହେଲା । ରାଜ୍ୟର ୯୬ ଲକ୍ଷ ପରିବାରଙ୍କୁ ଏହି କାର୍ଡ ଦିଆଯିବ । ରାଜ୍ୟର ସାଢେ ୩ କୋଟି ଲୋକ ଏଥିରୁ ଉପକୃତ ହେବ । ପୁରୁଷମାନଙ୍କ ପାଇଁ ୫ ଲକ୍ଷ ଓ ମାଆମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ବ୍ୟବସ୍ଥା କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ । ଅର୍ଥାଭାବରୁ ଆଉ କେହି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେନି । ସ୍ବାସ୍ଥ୍ୟ ବାବଦ ଖର୍ଚ୍ଚ ଅର୍ଥରେ ଘରର ଉନ୍ନତି କରିପାରେବ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସ୍ମାର୍ଟ କାର୍ଡ୍ ଦ୍ୱାରା କଳାହାଣ୍ଡିରେ ସାଢେ ୪ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ । ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ ଏବଂ ରାଜ୍ୟ ତଥା ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଏହି କାର୍ଡ ଦେଖାଇ ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇପାରିବେ ।

https://www.thesakala.in/latest-odisha-news/kalahandi/cm-naveen-patnaik-launched-bsky-health-smart-card-in-kalahandi-dist/article-6685
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର