ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ଲକ୍ଷ୍ମୀ ବସ ଚଳାଚଳ, ନୂତନ ମେଡ଼ିକାଲ କଲେଜ, ବସଷ୍ଟାଣ୍ଡ […]

ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ଲକ୍ଷ୍ମୀ ବସ ଚଳାଚଳ, ନୂତନ ମେଡ଼ିକାଲ କଲେଜ, ବସଷ୍ଟାଣ୍ଡ ସହ ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର କରିବେ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡିଗସ୍ତକୁ ନେଇ ପୂରା ପଶ୍ଚିମ ଓଡ଼ିଶାରେ ଦେଖାଦେଇଛି ଉତ୍ସାହର ମାହୋଲ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

କଳାହାଣ୍ଡି । ଭୋକର ଭୂଗୋଳରୁ ବିକାଶର ପ୍ରୟୋଗଶାଳା । ନଭେମ୍ବର ୧ରେ କଳାହାଣ୍ଡି ଜିଲ୍ଲାର ପ୍ରତିଷ୍ଠା ଦିବସ । ଆଉ ନିଜର ଜନ୍ମଦିନରେ ଆଉ ପାଦେ ଆଗେଇବ କଳାହାଣ୍ଡିର ରୂପାନ୍ତରଣ ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ । ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ବିକାଶର ପର୍ବ ଆରମ୍ଭ ହେବାକୁ ଯାଉଥିବାରୁ ବେଶ୍ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ । ପଶ୍ଚିମ ଓଡ଼ିଶାର ଲାଇଫଲାଇନ ସାଜିଥିବା ବିଜୁ ଏକ୍ସପ୍ରେସ ଓ୍ବେ ପରେ ଗମନାଗମନର ସୁବିଧା ପାଇଁ କଳାହାଣ୍ଡିରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ ହେବ । ଏହାସହ କଳାହାଣ୍ଡି ମେଡ଼ିକାଲ କଲେଜ, ନୂତନ ବସଷ୍ଟାଣ୍ଡ, ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିବେ ନବୀନ । ଜିଲ୍ଲାର ବିକାଶକୁ ଆଗେଇନେଉଥିବା ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ପୂରା ପ୍ରସ୍ତୁତ ହୋଇଛି କଳାହାଣ୍ଡି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

31 Oct 2023 By The Sakala

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ଲକ୍ଷ୍ମୀ ବସ ଚଳାଚଳ, ନୂତନ ମେଡ଼ିକାଲ କଲେଜ, ବସଷ୍ଟାଣ୍ଡ ସହ ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର କରିବେ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡିଗସ୍ତକୁ ନେଇ ପୂରା ପଶ୍ଚିମ ଓଡ଼ିଶାରେ ଦେଖାଦେଇଛି ଉତ୍ସାହର ମାହୋଲ ।

କଳାହାଣ୍ଡି । ଭୋକର ଭୂଗୋଳରୁ ବିକାଶର ପ୍ରୟୋଗଶାଳା । ନଭେମ୍ବର ୧ରେ କଳାହାଣ୍ଡି ଜିଲ୍ଲାର ପ୍ରତିଷ୍ଠା ଦିବସ । ଆଉ ନିଜର ଜନ୍ମଦିନରେ ଆଉ ପାଦେ ଆଗେଇବ କଳାହାଣ୍ଡିର ରୂପାନ୍ତରଣ ପ୍ରକ୍ରିୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ । ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ବିକାଶର ପର୍ବ ଆରମ୍ଭ ହେବାକୁ ଯାଉଥିବାରୁ ବେଶ୍ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ । ପଶ୍ଚିମ ଓଡ଼ିଶାର ଲାଇଫଲାଇନ ସାଜିଥିବା ବିଜୁ ଏକ୍ସପ୍ରେସ ଓ୍ବେ ପରେ ଗମନାଗମନର ସୁବିଧା ପାଇଁ କଳାହାଣ୍ଡିରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ ହେବ । ଏହାସହ କଳାହାଣ୍ଡି ମେଡ଼ିକାଲ କଲେଜ, ନୂତନ ବସଷ୍ଟାଣ୍ଡ, ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିବେ ନବୀନ । ଜିଲ୍ଲାର ବିକାଶକୁ ଆଗେଇନେଉଥିବା ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ପୂରା ପ୍ରସ୍ତୁତ ହୋଇଛି କଳାହାଣ୍ଡି ।

https://www.thesakala.in/latest-odisha-news/kalahandi/cm-naveen-patnaik-visit-to-kalahandi-tomorrow/article-26885
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର