ଯୌତୁକ ପାଇଁ ନିର୍ଯାତନା: ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଶ୍ୱଶୁର

Madhusudan Das Picture
Published On

କଳାହାଣ୍ଡି: ଯୌତୁକ ପାଇଁ ବୋହୂକୁ ନିଆଁ ଲଗାଇ ଜାଳିଦେଲେ ଶ୍ୱଶୁର । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଟାମୁଣ୍ଡା ଗାଁରି ଏପରି ଏକ ଅଭାବନୀୟ ତଥା ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ଦାବି କରି ଜଣେ ମହିଳାଙ୍କ ଦେହରେ ତାଙ୍କ ନିଜ ଶ୍ୱଶୁର ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଇଣ୍ଡିଆ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟବ୍ୟାପୀ ସାଧାରଣ ଜୀବନଯାତ୍ରା ପ୍ରଭାବିତ

ସୂଚନା ଅନୁଯାୟୀ, ଏହି ଘଟଣାଟି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଟାମୁଣ୍ଡା ଗାଁରେ ଘଟିଛି। ପୀଡ଼ିତା ମହିଳାଙ୍କ ନାମ ଗୀତାଞ୍ଜଳି ବୋଲି ଜଣାପଡିଛି। ୨୦୨୧ ମସିହାରେ ସେ ବିବାହ କରିଥିଲେ। ବିବାହ ପରଠାରୁ ଶାଶୁଘର ଲୋକେ ତାଙ୍କୁ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଗତକାଲି ସନ୍ଧ୍ୟାରେ ତାଙ୍କ ଶ୍ୱଶୁର ଅତି ନିର୍ମମ ଭାବେ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ବୋଲି ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ବ୍ୟାସନଗର କଲେଜରେ ବୋମାମାଡ଼: ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ଓ ହଷ୍ଟେଲକୁ ଟାର୍ଗେଟ, ଛାତ୍ରଛାତ୍ରୀ ଭୟଭୀତ

ନିଆଁରେ ପୋଡିହୋଇ ଗୀତାଞ୍ଜଳି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଛୋଟ ଧରଣର ପ୍ରଶାସନିକ ଅଦଳବଦଳ କଲେ ସରକାର; ୪ ଓଏଏସ୍ ଅଫିସରଙ୍କ ବଦଳି

ଏହି ଘଟଣା ପରେ ଗୀତାଞ୍ଜଳିଙ୍କ ବାପା ଆମ୍ପାଣି ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସର ପ୍ରାଥମିକ ତଦନ୍ତ ଜାରି ରହିଥିବା ବେଳେ ଅଭିଯୁକ୍ତ ଶ୍ୱଶୁରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଶା କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର