ଜମିବାଡ଼ି ବିବାଦର କରୁଣ ପରିଣତି: ୫୦ ବର୍ଷୀୟ ବ୍ୟକ୍ତିଙ୍କୁ ନିର୍ମମ ହତ୍ୟା, ୨ ଗିରଫ

Madhusudan Das Picture
Published On

କଳାହାଣ୍ଡି: ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଗଡ଼ିଲା ମୁଣ୍ଡ । ୫୦ ବର୍ଷୀୟ ବ୍ୟକ୍ତିଙ୍କୁ ନିର୍ମମ ହତ୍ୟା । କଳାହାଣ୍ଡି ଜିଲ୍ଲା ଜୟପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ କୁମାଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ପୂର୍ବ ଶତ୍ରୁତା ଓ ଜମିବାଡ଼ି ବିବାଦକୁ ନେଇ ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକଙ୍କ ନାମ ସୁବେ ଶବର ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳେ ସୁବେ ଶବର ଏବଂ ତାଙ୍କ ପତ୍ନୀ ସତ୍ୟା ଶବର ଚାଷ କାମ ପାଇଁ ନିଜ ବିଲକୁ ଯାଇଥିଲେ। ଅପରାହ୍ନ ସମୟରେ ସେମାନେ ଘରକୁ ଫେରୁଥିବା ବେଳେ ଗାଁର ଦୁଇ ଜଣ ବ୍ୟକ୍ତି ଜଗନ୍ନାଥ ଶବର ଏବଂ ଦେଶରାମ ଶବର ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ପୂର୍ବ ଶତ୍ରୁତା କାରଣରୁ ଏହି ଦୁର୍ବୃତ୍ତମାନେ ସୁବେଙ୍କୁ ଠେଙ୍ଗା ଏବଂ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ, ଯାହା ଫଳରେ ସେ ଗୁରୁତର ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ସୁବେଙ୍କୁ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସମ୍ପର୍କରେ ଖବର ପାଇବା ପରେ ଜୟପାଟଣା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ ଉଭୟ ଅଭିଯୁକ୍ତ ଜଗନ୍ନାଥ ଏବଂ ଦେଶରାମଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର