ଭାରସାମ୍ଯ ହରାଇ ଓଲଟିଲା ପିକଅପ୍ ଭ୍ଯାନ୍: ୨ମୃତ ଓ ୯ ଗୁରୁତର

ଥୁଆମୂଳ ରାମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର କଲମପୁର ସୀଙ୍ଗାରି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ହିତାଧିକାରୀମାନେ ଚାଉଳ ନେଇ ଘରକୁ ଫେରିଲା ବାଟରେ ସେମାନଙ୍କର ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୯ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାୟୀ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବାର୍ଷିକୋନା ଗାଁର ହିତାଧିକାରୀମାନେ […]

ଥୁଆମୂଳ ରାମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର କଲମପୁର ସୀଙ୍ଗାରି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ହିତାଧିକାରୀମାନେ ଚାଉଳ ନେଇ ଘରକୁ ଫେରିଲା ବାଟରେ ସେମାନଙ୍କର ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୯ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାୟୀ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବାର୍ଷିକୋନା ଗାଁର ହିତାଧିକାରୀମାନେ ରାସନ ଚାଉଳ ଆଣିବା ପାଇଁ ଆଜି ସକାଳୁ ସିନ୍ଧିପଦର ଗାଁକୁ ଯାଇଥିଲେ। ସେମା‌ନେ ପିକ୍‌ଅପ୍‌ରେ ଫେରୁଥିବା ବେଳେ ସୀଙ୍ଗାରି ଘାଟିରେ ସେମାନଙ୍କର ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାର ଶିକାର ହୋଇଥିବା ଅନ୍ୟ ୯ ଜଣଙ୍କୁ ଗୁରୁତର ଅବସ୍ଥାରେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀପହଞ୍ଚି ଉଦ୍ଧାର କରିଥିବା ବେଳେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

About The Author: The Sakala