କାଳବୈଶାଖୀ ଆହୁରି ୭ ଦିନ, ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ କାଳବୈଶାଖୀ। ଆହୁରି ୭ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାସହିତ ବର୍ଷାର ପ୍ରଭାବ ମଧ୍ୟ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାପାଇଁ […]

ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ କାଳବୈଶାଖୀ। ଆହୁରି ୭ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାସହିତ ବର୍ଷାର ପ୍ରଭାବ ମଧ୍ୟ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାପାଇଁ ଚେତାବନୀ ଜାରି କରାଯାଇଛି। ବର୍ଷାର ପ୍ରଭାବ ମୁଖ୍ୟତଃ ଉପକୂଳବର୍ତ୍ତୀ ଜିଲ୍ଲାରେ ରହିବାର ସମ୍ଭାବନା ଥିବାରୁ ଏହାଦ୍ୱାରା ଆଗାମୀ ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ରହିଛି। ସେହିପରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାରେ ମଧ୍ୟ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ୪୦ରୁ ୫୦ କିମି ରହିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ୧୬ ତାରିଖରେ ମଧ୍ୟ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜନିତ ଚେତାବନୀ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଗଞ୍ଜାମ ଚିକିଟିରେ ସର୍ବାଧିକ ୬୪.୮ ମିମି ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ଛତ୍ରପୁର ୩୭, ଫୁଲବାଣୀରେ ୨୯ ମିମି, ଦାରିଙ୍ଗବାଡ଼ି ୨୮ ମିମି, ବର୍ଷା ହୋଇଥିବା ବେଳେ ଗୋପାଳପୁରରେ ୨୪ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପଟେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ଯଥେଷ୍ଟ ହ୍ରାସ ଘଟିଛି। ମାତ୍ର ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ସୋମବାର ୪୦.୮ ଡିଗ୍ରୀ ସହ ବୌଦ୍ଧରେ ରାଜ୍ୟର ସବୁଠୁ ଅଧିକ ତାପମାତ୍ରା ରେକର୍ଡ ହୋଇ ଥିବା ବେଳେ ବଲାଙ୍ଗିର ୪୦.୪, ଝାରସୁଗୁଡ଼ା, ଭାବନୀପାଟଣା, ଟିଟଲାଗଡ଼ ଓ ସୋନପୁରରେ ତାପମାତ୍ରା ୪୦ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର