କୃଷି ଯୋଜନାର ସଫଳ ରୂପାୟନ ଦିଗରେ ବଳିଷ୍ଠ ପଦକ୍ଷେପ: ସବୁ ଜିଲ୍ଲାରେ ଖୋଲିବ ‘କାଳିଆ’ କେନ୍ଦ୍ର

The Sakala Picture
Published On

ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାଳିଆ ସେଣ୍ଟର କାର୍ଯ୍ୟକ୍ଷମ ହେବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉଦ୍ୟମରେ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ଖୋଲିବ। କାଳିଆ ଯୋଜନା ସମେତ ପ୍ରମୁଖ କୃଷି ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ଏହି ସେଣ୍ଟର କାର୍ଯ୍ୟ କରିବ। ଚାଷୀମାନଙ୍କୁ ସୂଚନା ପ୍ରଦାନ ଓ ସମସ୍ୟାର ସମାଧାନ ଦିଗରେ ଏହା ଏକ ୱାନ ଷ୍ଟପ୍‌‌ ସେଣ୍ଟର ଭାବେ କାମ କରିବ। ଏହି କେନ୍ଦ୍ରରେ କାଳିଆ ଯୋଜନା ସମେତ କୃଷି ଉଦ୍ୟୋଗ […]

ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାଳିଆ ସେଣ୍ଟର କାର୍ଯ୍ୟକ୍ଷମ ହେବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉଦ୍ୟମରେ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ଖୋଲିବ। କାଳିଆ ଯୋଜନା ସମେତ ପ୍ରମୁଖ କୃଷି ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ଏହି ସେଣ୍ଟର କାର୍ଯ୍ୟ କରିବ। ଚାଷୀମାନଙ୍କୁ ସୂଚନା ପ୍ରଦାନ ଓ ସମସ୍ୟାର ସମାଧାନ ଦିଗରେ ଏହା ଏକ ୱାନ ଷ୍ଟପ୍‌‌ ସେଣ୍ଟର ଭାବେ କାମ କରିବ। ଏହି କେନ୍ଦ୍ରରେ କାଳିଆ ଯୋଜନା ସମେତ କୃଷି ଉଦ୍ୟୋଗ ଯୋଜନା, ଗୋ-ସୁଗମ, ସଫଲ, କୃଷକ ଓଡ଼ିଶା ଆଦିର କାର୍ଯ୍ୟକାରିତା ଦିଗରେ ସହାୟତା ଯୋଗାଇ ଦିଆଯିବ। କାଳିଆ ସେଣ୍ଟର ପ୍ରତ୍ୟେକ ସରକାରୀ କାର୍ଯ୍ୟଦିବସରେ ସକାଳ ୧୦ଟାଠାରୁ ଅପରାହ୍ଣ ୫.୩୦ ମିନିଟ ପର୍ଯ୍ୟନ୍ତ ଖୋଲା ରହିବ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

କାଳିଆ ସେଣ୍ଟର ଚାଷୀମାନଙ୍କ ନିମନ୍ତେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ସଫଲ’, ଗୋ-ସୁଗମ, କୃଷକ ଓଡ଼ିଶା ଆଦି କାର୍ଯ୍ୟକ୍ରମ ନିମନ୍ତେ ୱାନ୍‌‌ ଷ୍ଟପ୍‌‌ ସେଣ୍ଟର ଭାବେ କାର୍ଯ୍ୟ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି। ଏହା ଦ୍ୱାରା ବିଭିନ୍ନ କୃଷି ଯୋଜନାଗୁଡ଼ିକ ଅଧିକ କ୍ରିୟାଶୀଳ ଓ କୃଷକପ୍ରିୟ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶା ପ୍ରକାଶ କରିଛନ୍ତି। ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟାଳୟର ଏକ ପ୍ରମୁଖ ସ୍ଥାନରେ କାଳିଆ ସେଣ୍ଟର ଖୋଲିବା ନିମନ୍ତେ ଏକ ଉପଯୁକ୍ତ ଗୃହର ବ୍ୟବସ୍ଥା କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପ୍ରତି କେନ୍ଦ୍ରରେ ଆବଶ୍ୟକ ମୁତାବକ ବୈଷୟିକ ଦକ୍ଷତାସମ୍ପନ୍ନ କର୍ମଚାରୀ ନିୟୋଜିତ ହେବେ। ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିତିଦିନିଆ କାର୍ଯ୍ୟର ତଦାରଖ ନିମନ୍ତେ ଜଣେ ନୋଡାଲ ଅଧିକାରୀଙ୍କୁ ନିୟୋଜିତ କରାଯିବ। କେନ୍ଦ୍ରକୁ ଆସୁଥିବା କୃଷକମାନଙ୍କର ସମସ୍ୟା ଓ ଏ ଦିଗରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଓ ପରାମର୍ଶ ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ରେକର୍ଡ କରାଯିବ। ଚାଷୀମାନଙ୍କ ସଚେତନତା ନିମନ୍ତେ କେନ୍ଦ୍ରଗୁଡ଼ିକରେ କୃଷି ବିଭାଗର ପ୍ରମୁଖ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନାମାନ ପ୍ରଦର୍ଶିତ ହେବ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ପ୍ରତ୍ୟେକ ଫସଲ ଋତୁର ଚାଷ କାର୍ଯ୍ୟ ନିମନ୍ତେ ଆର୍ଥିକ ସହାୟତା ଯୋଗାଇଦେଇ ସେମାନଙ୍କ ଆୟବୃଦ୍ଧି କରିବା ସହିତ ଭୂମିହୀନ କୃଷି ପରିବାରଙ୍କ ଜୀବିକାନିର୍ବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା କାଳିଆ ଯୋଜନା ସର୍ବସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛି। ଭୂମିହୀନ କୃଷି ପରିବାର ଓ ପ୍ରକୃତ ଭାଗଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏହାର ଅନ୍ୟତମ ବୈଶିଷ୍ଟ୍ୟ।

କାଳିଆ ଯୋଜନା ଆରମ୍ଭ ହେବା ଦିନଠାରୁ ଅଦ୍ୟାବଧି ୪୩,୦୪,୮୭୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ/ପ୍ରକୃତ ଚାଷୀ ଏବଂ ୧୭,୭୧,୭୫୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୧୧,୬୦୦ କୋଟିରୁ ଊଦ୍ଧ୍‌‌ୱର୍‌‌ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏଥି ସହିତ କାଳିଆ ହିତାଧିକାରୀ ପରିବାରଙ୍କ ୧୬୨୪ ଜଣ ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ୩.୯୦ କୋଟି ଟଙ୍କା ପ୍ରଦାନ କରାଯାଇଛି।

04 Jun 2023 By The Sakala

କୃଷି ଯୋଜନାର ସଫଳ ରୂପାୟନ ଦିଗରେ ବଳିଷ୍ଠ ପଦକ୍ଷେପ: ସବୁ ଜିଲ୍ଲାରେ ଖୋଲିବ ‘କାଳିଆ’ କେନ୍ଦ୍ର

ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାଳିଆ ସେଣ୍ଟର କାର୍ଯ୍ୟକ୍ଷମ ହେବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉଦ୍ୟମରେ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ଖୋଲିବ। କାଳିଆ ଯୋଜନା ସମେତ ପ୍ରମୁଖ କୃଷି ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ଏହି ସେଣ୍ଟର କାର୍ଯ୍ୟ କରିବ। ଚାଷୀମାନଙ୍କୁ ସୂଚନା ପ୍ରଦାନ ଓ ସମସ୍ୟାର ସମାଧାନ ଦିଗରେ ଏହା ଏକ ୱାନ ଷ୍ଟପ୍‌‌ ସେଣ୍ଟର ଭାବେ କାମ କରିବ। ଏହି କେନ୍ଦ୍ରରେ କାଳିଆ ଯୋଜନା ସମେତ କୃଷି ଉଦ୍ୟୋଗ ଯୋଜନା, ଗୋ-ସୁଗମ, ସଫଲ, କୃଷକ ଓଡ଼ିଶା ଆଦିର କାର୍ଯ୍ୟକାରିତା ଦିଗରେ ସହାୟତା ଯୋଗାଇ ଦିଆଯିବ। କାଳିଆ ସେଣ୍ଟର ପ୍ରତ୍ୟେକ ସରକାରୀ କାର୍ଯ୍ୟଦିବସରେ ସକାଳ ୧୦ଟାଠାରୁ ଅପରାହ୍ଣ ୫.୩୦ ମିନିଟ ପର୍ଯ୍ୟନ୍ତ ଖୋଲା ରହିବ।

କାଳିଆ ସେଣ୍ଟର ଚାଷୀମାନଙ୍କ ନିମନ୍ତେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ସଫଲ’, ଗୋ-ସୁଗମ, କୃଷକ ଓଡ଼ିଶା ଆଦି କାର୍ଯ୍ୟକ୍ରମ ନିମନ୍ତେ ୱାନ୍‌‌ ଷ୍ଟପ୍‌‌ ସେଣ୍ଟର ଭାବେ କାର୍ଯ୍ୟ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି। ଏହା ଦ୍ୱାରା ବିଭିନ୍ନ କୃଷି ଯୋଜନାଗୁଡ଼ିକ ଅଧିକ କ୍ରିୟାଶୀଳ ଓ କୃଷକପ୍ରିୟ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶା ପ୍ରକାଶ କରିଛନ୍ତି। ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟାଳୟର ଏକ ପ୍ରମୁଖ ସ୍ଥାନରେ କାଳିଆ ସେଣ୍ଟର ଖୋଲିବା ନିମନ୍ତେ ଏକ ଉପଯୁକ୍ତ ଗୃହର ବ୍ୟବସ୍ଥା କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।

ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପ୍ରତି କେନ୍ଦ୍ରରେ ଆବଶ୍ୟକ ମୁତାବକ ବୈଷୟିକ ଦକ୍ଷତାସମ୍ପନ୍ନ କର୍ମଚାରୀ ନିୟୋଜିତ ହେବେ। ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିତିଦିନିଆ କାର୍ଯ୍ୟର ତଦାରଖ ନିମନ୍ତେ ଜଣେ ନୋଡାଲ ଅଧିକାରୀଙ୍କୁ ନିୟୋଜିତ କରାଯିବ। କେନ୍ଦ୍ରକୁ ଆସୁଥିବା କୃଷକମାନଙ୍କର ସମସ୍ୟା ଓ ଏ ଦିଗରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଓ ପରାମର୍ଶ ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ରେକର୍ଡ କରାଯିବ। ଚାଷୀମାନଙ୍କ ସଚେତନତା ନିମନ୍ତେ କେନ୍ଦ୍ରଗୁଡ଼ିକରେ କୃଷି ବିଭାଗର ପ୍ରମୁଖ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନାମାନ ପ୍ରଦର୍ଶିତ ହେବ।

ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ପ୍ରତ୍ୟେକ ଫସଲ ଋତୁର ଚାଷ କାର୍ଯ୍ୟ ନିମନ୍ତେ ଆର୍ଥିକ ସହାୟତା ଯୋଗାଇଦେଇ ସେମାନଙ୍କ ଆୟବୃଦ୍ଧି କରିବା ସହିତ ଭୂମିହୀନ କୃଷି ପରିବାରଙ୍କ ଜୀବିକାନିର୍ବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା କାଳିଆ ଯୋଜନା ସର୍ବସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛି। ଭୂମିହୀନ କୃଷି ପରିବାର ଓ ପ୍ରକୃତ ଭାଗଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏହାର ଅନ୍ୟତମ ବୈଶିଷ୍ଟ୍ୟ।

କାଳିଆ ଯୋଜନା ଆରମ୍ଭ ହେବା ଦିନଠାରୁ ଅଦ୍ୟାବଧି ୪୩,୦୪,୮୭୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ/ପ୍ରକୃତ ଚାଷୀ ଏବଂ ୧୭,୭୧,୭୫୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୧୧,୬୦୦ କୋଟିରୁ ଊଦ୍ଧ୍‌‌ୱର୍‌‌ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏଥି ସହିତ କାଳିଆ ହିତାଧିକାରୀ ପରିବାରଙ୍କ ୧୬୨୪ ଜଣ ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ୩.୯୦ କୋଟି ଟଙ୍କା ପ୍ରଦାନ କରାଯାଇଛି।

https://www.thesakala.in/latest-odisha-news/kalia-centers-to-be-opened-in-all-districts/article-22306
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର