କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ସମୟସୀମା ଫେବ୍ରୁଆରୀ ୮ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବ୍ରୁଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ Common […]

ଭୁବନେଶ୍ବର: ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବ୍ରୁଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।
ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ Common Scholarship Portalରେ ଅନଲାଇ ରେ ଆବେଦନ ସମୟସୀମାକୁ ଚଳିତ ଫେବ୍ରୁଆରୀ ୮ ତାରିଖକୁ ବୃଦ୍ଧି କରାଯାଇଛି।
ସୂଚନାଯୋଗ୍ୟ ଯେ, ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶୀକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବ୍ରୁଆରୀ ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।

About The Author: The Sakala