ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ : ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେଉଛି। ଗୁରୁବାର ଠାକୁରଙ୍କ ବନଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା। ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରିଥିଲେ। ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇଥିଲେ। ବେଢା ପରିକ୍ରମା କରି ଲୋକନାଥ […]

ପୁରୀ : ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଅନୁଷ୍ଠିତ ହେଉଛି। ଗୁରୁବାର ଠାକୁରଙ୍କ ବନଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା। ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରିଥିଲେ। ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇଥିଲେ।

ବେଢା ପରିକ୍ରମା କରି ଲୋକନାଥ ରୋଡସ୍ଥିତ ଲବଣିଖିଆ ମଣ୍ଡପକୁ ବିଜେ କରିବେ। ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହୋଇଥାଏ। ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟ ବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢି ଦକ୍ଷିଣୀ ଘରକୁ ବିଜେ କରିବେ। ତେବେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ଜିତ କରାଯାଇଥାଏ।

About The Author: The Sakala