ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ, ଜଣେ ମୃତ

ଚୌଦ୍ଵାର: କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ । ଚୌଦ୍ବାରର ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି । ର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି । ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚି ଥିବା ଜଣାପଡିଛି। ଆର୍‌ପିଏଫ୍ ଏବଂ ଜିଆର୍‌ପିଏଫ ଏବଂ ସ୍ଥାନୀୟଲୋକ ଉଦ୍ଧାର କରୁଥିବା ଜଣାପଡିଛି। କାମାକ୍ଷା […]

ଚୌଦ୍ଵାର: କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ । ଚୌଦ୍ବାରର ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି । ର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି । ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚି ଥିବା ଜଣାପଡିଛି। ଆର୍‌ପିଏଫ୍ ଏବଂ ଜିଆର୍‌ପିଏଫ ଏବଂ ସ୍ଥାନୀୟଲୋକ ଉଦ୍ଧାର କରୁଥିବା ଜଣାପଡିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ ।

About The Author: The Sakala