ବାତ୍ୟା 'ମୁରାସୁ'କୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି

Madhusudan Das Picture
Published On

କନ୍ଧମାଳ: ବାତ୍ୟା 'ମୁରାସୁ' କୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ୩ ଓ ୪ ତାରିଖରେ ସ୍କୁଲ ଛୁଟି ନେଇ ଜିଲ୍ଲାପାଳଙ୍କ ଘୋଷଣା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ସାମୁଦ୍ରିକ ଝଡ଼ 'ମୁରାସୁ'ର ମୁକାବିଲା ପାଇଁ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବାତ୍ୟାଜନିତ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ'ର ଭୟଙ୍କର ରୂପ: ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ସରକାରୀ ନିର୍ଦ୍ଦେଶ ଅନୁସାରେ, ନଭେମ୍ବର ୩ ଏବଂ ନଭେମ୍ବର ୪ ତାରିଖରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ। ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା ୩୦(୨)(ଭି) ଅନୁଯାୟୀ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ବାତ୍ୟା ପ୍ରଭାବରେ ଗଜପତିରେ ବନ୍ୟା ଆଶଙ୍କା: ବିପଦ ସଙ୍କେତ ଟପିଲା ବଂଶଧାରା, ଭୂସ୍ଖଳନ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ସ୍କୁଲ ବନ୍ଦ ରହିବା ସତ୍ତ୍ୱେ ପୂର୍ବରୁ ସ୍ଥିର ହୋଇଥିବା ସମସ୍ତ ପରୀକ୍ଷା ଓ ସମ୍ପୃକ୍ତ କାର୍ଯ୍ୟକଳାପ ଅପରିବର୍ତ୍ତିତ ରହିବ। ପରୀକ୍ଷାଗୁଡ଼ିକ ପୂର୍ବ ନିର୍ଦ୍ଧାରିତ ସମୟସୂଚୀ ଅନୁସାରେ ପରିଚାଳିତ ହେବ। ଜିଲ୍ଲା ଶିକ୍ଷା ଅଧିକାରୀ (DEO) ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀ (DWO)ଙ୍କୁ ଏହି ନିର୍ଦ୍ଦେଶାବଳୀ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବାତ୍ୟା ସମୟରେ ପିଲାମାନଙ୍କୁ ଘରୁ ବାହାରକୁ ନଛାଡ଼ିବା ଏବଂ ସଦ୍ୟତମ ପାଣିପାଗ ବୁଲେଟିନ୍ ପ୍ରତି ସତର୍କ ରହିବାକୁ ଅଭିଭାବକମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି: ଗଞ୍ଜାମ ଏବଂ ଗଜପତିରେ ଅକ୍ଟୋବର ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର