ରୂପାନ୍ତରଣ ଅଧ୍ୟାୟରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା, ବିକାଶ ଅଗ୍ରଗତିର ସମୀକ୍ଷା କରୁଛନ୍ତି 5T ସଚିବ

କନ୍ଧମାଳ: ଶାଳ ବଣରେ ସମୃଦ୍ଧିର ସ୍ବାକ୍ଷର। ବଦଳିବ କନ୍ଧମାଳର କାୟାକଳ୍ପ। ରୂପାନ୍ତରଣ ଅଧ୍ୟାୟରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା। ଗ୍ରାଉଣ୍ଡକୁ ଯାଇ ବିକାଶ ଅଗ୍ରଗତିର ସମୀକ୍ଷା କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ। ଦୁଇଦିନିଆ ଗସ୍ତର ଆଜି ଦ୍ବିତୀୟ ଦିନରେ ସକାଳୁ ସକାଳୁ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି 5T ସଚିବ। ଉଦ୍ୟାନ କୃଷି କାର୍ଯ୍ୟାଳୟ ପରିସରରେ ଏସଏଚଡିଙ୍କ ଦ୍ବାରା ଚାଲିଥିବା ପ୍ରକ୍ରିୟାକରଣ ଉଦ୍ୟୋଗ ପରିଦର୍ଶନ କରିଛନ୍ତି। କିଛି ସମୟ ପରେ ତିଲକପଡ଼ାଠାରେ ନିର୍ମାଣାଧୀନ ମେଡିକାଲ କଲେଜର […]

କନ୍ଧମାଳ: ଶାଳ ବଣରେ ସମୃଦ୍ଧିର ସ୍ବାକ୍ଷର। ବଦଳିବ କନ୍ଧମାଳର କାୟାକଳ୍ପ। ରୂପାନ୍ତରଣ ଅଧ୍ୟାୟରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା। ଗ୍ରାଉଣ୍ଡକୁ ଯାଇ ବିକାଶ ଅଗ୍ରଗତିର ସମୀକ୍ଷା କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ। ଦୁଇଦିନିଆ ଗସ୍ତର ଆଜି ଦ୍ବିତୀୟ ଦିନରେ ସକାଳୁ ସକାଳୁ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି 5T ସଚିବ। ଉଦ୍ୟାନ କୃଷି କାର୍ଯ୍ୟାଳୟ ପରିସରରେ ଏସଏଚଡିଙ୍କ ଦ୍ବାରା ଚାଲିଥିବା ପ୍ରକ୍ରିୟାକରଣ ଉଦ୍ୟୋଗ ପରିଦର୍ଶନ କରିଛନ୍ତି। କିଛି ସମୟ ପରେ ତିଲକପଡ଼ାଠାରେ ନିର୍ମାଣାଧୀନ ମେଡିକାଲ କଲେଜର ଅଗ୍ରଗତି ନେଇ ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି। ସେଠାରୁ ଫିରିଙ୍ଗିଆ ଯାଇ ଡିଣ୍ଡିରା ଗାଁ ଆଦର୍ଶ ବିଦ୍ୟାଳୟ, ଫିରିଙ୍ଗିଆ ମିଶନ ଶକ୍ତି କାଫେ, ମିନି ଷ୍ଟାଡିୟମ, ରତଙ୍ଗ ଉଚ୍ଚ ବିଦ୍ୟାଳୟ, ରତଙ୍ଗ ଆଦର୍ଶ ପୋଖରୀ ଏବଂ ବନ୍ଧଗଡ଼ କସମ କାର୍ଯ୍ୟାଳୟ ପରିଦର୍ଶନ କରିବେ। ଏହାପରେ 5T ସଚିବ ଭିକେ ପାଣ୍ଡିଆନ କେ.ନୂଆଗାଁ ଆଦର୍ଶ ଡିଗ୍ରୀ ମହାବିଦ୍ୟାଳୟ ଓ ମାହାସିଙ୍ଗ ପଥପ୍ରାନ୍ତ ସୁବିଧା କେନ୍ଦ୍ର ତଦାରଖ କରିବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ବାଲିଗୁଡାରେ ପାଟ୍ଟଖଣ୍ଡା ମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ବାଲିଗୁଡ଼ା ଆମ ଡାକ୍ତରଖାନା ଓ ମିନି ଷ୍ଟାଡିୟମ ପରିଦର୍ଶନ କରି ସେଠାରୁ ଦାରିଙ୍ଗବାଡ଼ି ଅଭିମୁଖେ ଗସ୍ତ କରିବେ 5T ସଚିବ। ଦାରିଙ୍ଗବାଡ଼ିର ହିଲ୍ ଭିୟୁ ପାର୍କ, ଇକୋ କଟେଜ୍ ଓ ମିନି ଷ୍ଟାଡିୟମ ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ଜି.ଉଦୟଗିରି ଯାଇ କଳିଙ୍ଗ ମହାବିଦ୍ୟାଳୟରେ ବିଭିନ୍ନ ଏସଏଜି, ନାଗରିକ କମିଟି ଓ ସାମାଜିକ ସଙ୍ଗଠନ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ 5T ସଚିବ ଭିକେ ପାଣ୍ଡିଆନ।

About The Author: The Sakala