କନ୍ଧମାଳରେ ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ: ଟାଙ୍ଗିଆରେ ଗୋଡ଼ାଇ ଗୋଡ଼ାଇ ହାଣିଲା ପଡ଼ୋଶୀ

Tapas Ranjan Nanda Picture
Published On

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାରଖମା ଫାଣ୍ଡି ଅନ୍ତର୍ଗତ ଗାଟିଙ୍ଗିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ୪୨ ବର୍ଷୀୟ ଡକିଲା ମଲ୍ଲିକ। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ଜପ ମଲ୍ଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀକୁ ହତ୍ୟା ପାଇଁ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ପିଶାଚ ସ୍ୱାମୀ, ବଞ୍ଚାଇବାକୁ ଯାଇ ଶ୍ବଶୁର, ଶାଶୁ ଓ ଶଳା ଗୁରୁତର

ସୂଚନା ଅନୁଯାୟୀ, ଗାଟିଙ୍ଗିଆ ଗାଁର ଜପ ମଲ୍ଲିକ (୪୫) ଏବଂ ଡକିଲା ମଲ୍ଲିକଙ୍କ ମଧ୍ୟରେ କୌଣସି ବିଷୟକୁ ନେଇ ସାମାନ୍ୟ କଥା କଟାକଟି ହୋଇଥିଲା। ଏଥିରେ ଜପ ହଠାତ୍ ଉତ୍ତ୍ୟକ୍ତ ହୋଇ ଏକ ଟାଙ୍ଗିଆ ସାହାଯ୍ୟରେ ଡକିଲାଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଟାଙ୍ଗିଆ ଚୋଟରେ ଡକିଲା ଗୁରୁତର ଆହତ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ: ରାମଚନ୍ଦ୍ର କାଡାମ

ଡକିଲାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ତେବେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଆର୍‌ଡିସି କାର୍ଯ୍ୟାଳୟ ଆଗରେ ବିଜେଡିର ଗର୍ଜନ: ‘ଚାଷ କଲେ ବିକ୍ରି ନାହିଁ, ପାଠ ପଢ଼ିଲେ ଚାକିରି ନାହିଁ’

ଅଭିଯୋଗ ପାଇ ବାଲିଗୁଡ଼ା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଜପ ମଲ୍ଲିକଙ୍କୁ ପୁଲିସ ଥାନାରେ ଅଟକ ରଖିଛି। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ଏବଂ ହତ୍ୟାକାଣ୍ଡର ପ୍ରକୃତ କାରଣ କଣ, ସେ ନେଇ ଅଧିକ ଖୋଳତାଡ଼ ଜାରି ରହିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp