ମନୋରଞ୍ଜନ
ଅମୃତଭଣ୍ଡା ତୋଳିବା ହେଲା କାଳ, ଚାଲିଗଲା ଜଣେ ମହିଳାଙ୍କ ଜୀବନ...
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଏକ ଅଭାବନୀୟ ତଥା ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ଅମୃତଭଣ୍ଡା ତୋଳିବା ଜଣେ ମହିଳାଙ୍କ ପାଇଁ କାଳ ପାଲଟିଛି। ଗଛରୁ ଅମୃତଭଣ୍ଡା ଖସି ମହିଳାଙ୍କ ମୁଣ୍ଡ ଓ ଛାତିରେ ମାଡ଼ ହେବାରୁ ତାଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ବାଲିଗୁଡ଼ା ଥାନା ଅନ୍ତର୍ଗତ ଗୋଛାପଡ଼ା ଗ୍ରାମର ଚନ୍ଦ୍ରକଳା ଦିଗାଳ।
ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ
ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦ୍ରକଳା ନିଜ ବାଡ଼ିରୁ ଅମୃତଭଣ୍ଡା ତୋଳୁଥିଲେ। ଏହି ସମୟରେ ହଠାତ୍ ଗଛରୁ ଏକ ବଡ଼ ଅମୃତଭଣ୍ଡା ଖସି ସିଧା ତାଙ୍କ ମୁଣ୍ଡ ଏବଂ ଛାତି ଉପରେ ପଡିଥିଲା। ଆଘାତ ଏତେ ଶକ୍ତ ଥିଲା ଯେ, ସେ ଘଟଣାସ୍ଥଳରେ ହିଁ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।






