ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ
କଟକ: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି । ଭୁବନେଶ୍ୱର ସହିଦନଗରରେ ପ୍ରସନ୍ନଙ୍କର ରହିଛି ୩ମହଲା କୋଠା । ଏହାସହ ଆଉ ଏକ ନିର୍ମାଣଧୀନ ୩ ମହଲା କୋଠା ମଧ୍ୟ ରହିଛି । ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟିମ୍ । ସେପଟେ ଭୁବନେଶ୍ବର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଟିମ୍ । ଚଢ଼ାଉରେ ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସପି, ୮ ଜଣ ଡ଼ିଏସପି, ୧୧ ଜଣ ଇନିସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।