ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ୱର ସାଂସଦଙ୍କ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ-ଏକାମ୍ର ପ୍ରକଳ୍ପ କାମ ବିଳମ୍ବ ହେଲା: କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତିନି ବର୍ଷ ପୂର୍ବରୁ ସରିଯାଇଥାନ୍ତା। ଏକାମ୍ର ପ୍ରକଳ୍ପ କାମ ମଧ୍ୟ ଦୁଇ ବର୍ଷ ଆଗରୁ ସରିବା କଥା। କିନ୍ତୁ ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ବର ସାଂସଦଙ୍କ ପାଇଁ କାମ ବିଳମ୍ବ ହେଲା। ତେଣୁ କେବଳ ବିଧାୟକଙ୍କୁ ଜିତାଇଲେ ହେବନି। ବିଧାୟକଙ୍କ ସହ ସାଂସଦ ପ୍ରାର୍ଥୀଙ୍କୁ ମଧ୍ୟ ଜିତାଇବାକୁ ପଡିବ। ଏହାଦ୍ବାରା ମୁଖ୍ୟମନ୍ତ୍ରୀ ସ୍ବପ୍ନ ପୂରଣ ହୋଇପାରିବ ବୋଲି ଘସିପୁରାରେ ପ୍ରଚାର ବେଳେ କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା […]

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତିନି ବର୍ଷ ପୂର୍ବରୁ ସରିଯାଇଥାନ୍ତା। ଏକାମ୍ର ପ୍ରକଳ୍ପ କାମ ମଧ୍ୟ ଦୁଇ ବର୍ଷ ଆଗରୁ ସରିବା କଥା। କିନ୍ତୁ ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ବର ସାଂସଦଙ୍କ ପାଇଁ କାମ ବିଳମ୍ବ ହେଲା। ତେଣୁ କେବଳ ବିଧାୟକଙ୍କୁ ଜିତାଇଲେ ହେବନି। ବିଧାୟକଙ୍କ ସହ ସାଂସଦ ପ୍ରାର୍ଥୀଙ୍କୁ ମଧ୍ୟ ଜିତାଇବାକୁ ପଡିବ। ଏହାଦ୍ବାରା ମୁଖ୍ୟମନ୍ତ୍ରୀ ସ୍ବପ୍ନ ପୂରଣ ହୋଇପାରିବ ବୋଲି ଘସିପୁରାରେ ପ୍ରଚାର ବେଳେ କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସାଂସଦ ଅଲଗା ଦଳ ହେଲେ  ସେମାନେ ମୁଖ୍ୟମନ୍ତ୍ରୀଙ୍କ କାମରେ ବାଧା ଦେବେ ଓ ବିକାଶ କାମ ବିଳମ୍ବିତ ହେବ। ନିର୍ବାଚନ ସମୟରେ ବିଜେପିର ବଡ ବଡ ନେତାମାନେ ଆସିବେ, ବହୁ ପ୍ରତିଶୃତି ଦେବେ । ସେମାନଙ୍କୁ ପଚାରନ୍ତୁ ୨୦୧୪ରେ ଦରଦାମ କମାଇବା, ପେଟ୍ରୋଲ ଡିଜେଲ ଦର ହ୍ରାସ, ଡାଲି ଦର ହ୍ରାସ ନେଇ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ଏଯାଏଁ କାହିଁକି ପୂରଣ ହେଲାନି । ଏହା ହେଉଛି ବିଜେପିର ଅସଲ ଚେହେରା । ନିର୍ବାଚନ ସମୟରେ ପ୍ରତିଶୃତି ଦେଇ ପରେ ଭୁଲିଯାଆନ୍ତି । କେବଳ କୁମ୍ଭୀର କାନ୍ଦଣା କାନ୍ଦନ୍ତି, ନିର୍ବାଚନ ପରେ ଦେଖାମିଳନ୍ତି ନାହିଁ ବୋଲି ସେ କହିଛନ୍ତି । ଘଷିପୂରା ପୂର୍ବରୁ ତେଲକୋଇରେ ପ୍ରଚାର କରି ବିଜେଡିର ଲୋକସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

21 May 2024 By The Sakala

ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ୱର ସାଂସଦଙ୍କ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ-ଏକାମ୍ର ପ୍ରକଳ୍ପ କାମ ବିଳମ୍ବ ହେଲା: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତିନି ବର୍ଷ ପୂର୍ବରୁ ସରିଯାଇଥାନ୍ତା। ଏକାମ୍ର ପ୍ରକଳ୍ପ କାମ ମଧ୍ୟ ଦୁଇ ବର୍ଷ ଆଗରୁ ସରିବା କଥା। କିନ୍ତୁ ଜଣେ କେନ୍ଦ୍ରମନ୍ତ୍ରୀ ଓ ଭୁବନେଶ୍ବର ସାଂସଦଙ୍କ ପାଇଁ କାମ ବିଳମ୍ବ ହେଲା। ତେଣୁ କେବଳ ବିଧାୟକଙ୍କୁ ଜିତାଇଲେ ହେବନି। ବିଧାୟକଙ୍କ ସହ ସାଂସଦ ପ୍ରାର୍ଥୀଙ୍କୁ ମଧ୍ୟ ଜିତାଇବାକୁ ପଡିବ। ଏହାଦ୍ବାରା ମୁଖ୍ୟମନ୍ତ୍ରୀ ସ୍ବପ୍ନ ପୂରଣ ହୋଇପାରିବ ବୋଲି ଘସିପୁରାରେ ପ୍ରଚାର ବେଳେ କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ।

ସାଂସଦ ଅଲଗା ଦଳ ହେଲେ  ସେମାନେ ମୁଖ୍ୟମନ୍ତ୍ରୀଙ୍କ କାମରେ ବାଧା ଦେବେ ଓ ବିକାଶ କାମ ବିଳମ୍ବିତ ହେବ। ନିର୍ବାଚନ ସମୟରେ ବିଜେପିର ବଡ ବଡ ନେତାମାନେ ଆସିବେ, ବହୁ ପ୍ରତିଶୃତି ଦେବେ । ସେମାନଙ୍କୁ ପଚାରନ୍ତୁ ୨୦୧୪ରେ ଦରଦାମ କମାଇବା, ପେଟ୍ରୋଲ ଡିଜେଲ ଦର ହ୍ରାସ, ଡାଲି ଦର ହ୍ରାସ ନେଇ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ଏଯାଏଁ କାହିଁକି ପୂରଣ ହେଲାନି । ଏହା ହେଉଛି ବିଜେପିର ଅସଲ ଚେହେରା । ନିର୍ବାଚନ ସମୟରେ ପ୍ରତିଶୃତି ଦେଇ ପରେ ଭୁଲିଯାଆନ୍ତି । କେବଳ କୁମ୍ଭୀର କାନ୍ଦଣା କାନ୍ଦନ୍ତି, ନିର୍ବାଚନ ପରେ ଦେଖାମିଳନ୍ତି ନାହିଁ ବୋଲି ସେ କହିଛନ୍ତି । ଘଷିପୂରା ପୂର୍ବରୁ ତେଲକୋଇରେ ପ୍ରଚାର କରି ବିଜେଡିର ଲୋକସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଅପିଲ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

https://www.thesakala.in/latest-odisha-news/kartik-pandian-target-dharmendra-and-aparajita/article-32322
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର