ହାଇୱା ଧକ୍କାରେ ନବମ ଶ୍ରେଣୀ ଛାତ୍ରୀ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସୋମବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ଲକ୍ଷ୍ମୀପ୍ରିୟା ଲେଙ୍କା। ସେ ନବମ ଶ୍ରେଣୀରେ ପଢୁଥିବା ଜଣାପଡ଼ିଛି। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ବସ୍‌ପୁରରେ। ସୂଚନ ଅନୁଯାୟୀ, ଆଜି ସକାଳେ ଲକ୍ଷ୍ମୀପ୍ରିୟା ସାଇକେଲରେ ଟିଉସନରୁ ଫେରୁଥିବା ବେଳେ ହାଇୱାଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା […]

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସୋମବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ଲକ୍ଷ୍ମୀପ୍ରିୟା ଲେଙ୍କା। ସେ ନବମ ଶ୍ରେଣୀରେ ପଢୁଥିବା ଜଣାପଡ଼ିଛି। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ବସ୍‌ପୁରରେ।

ସୂଚନ ଅନୁଯାୟୀ, ଆଜି ସକାଳେ ଲକ୍ଷ୍ମୀପ୍ରିୟା ସାଇକେଲରେ ଟିଉସନରୁ ଫେରୁଥିବା ବେଳେ ହାଇୱାଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ମାଡ଼ ମାରିଥିଲେ। ପରେ ଡ୍ରାଇଭରକୁ ପୁଲିସ ଜିମାରେ ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ମୃତ ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିବା ଜଣାପଡ଼ିଛି।

About The Author: The Sakala