କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ: ପ୍ରେମ ଜାଲରେ ଫସାଇ ଯୁବତୀଙ୍କୁ ହାଇଦରାବାଦରେ ବିକ୍ରି, ‘ଲଭ୍‌ ଜିହାଦ’ ଅଭିଯୋଗ ...

Deviprasad Mohanty Picture
Published On

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ‘ଲଭ୍‌ ଜିହାଦ’ ଭଳି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ଟାଉନ୍‌ ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ସ୍ୱାମୀଙ୍କ ବିରୋଧରେ ଏହି ଅଭିଯୋଗ ଆଣି କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ଅଭିଯୋଗ ଅନୁଯାୟୀ, ତାଙ୍କ ସ୍ୱାମୀ ସଇଜୁଦ୍ଦିନ୍‌ ଭଲ ପାଇବା ନାମରେ ଭିନ୍ନ ସମ୍ପ୍ରଦାୟର ଯୁବତୀମାନଙ୍କୁ ପ୍ରଲୋଭିତ କରି ବିବାହ କରୁଥିଲେ। ପ୍ରାୟ ଏକ ବର୍ଷ ପୂର୍ବେ ସାଲେପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଥିବା ବେଳେ ଏହି ବିବାହ ପାଇଁ ତାଙ୍କୁ ଏକ ଅନୁଷ୍ଠାନ ପକ୍ଷରୁ ୧୦ଲକ୍ଷ ଟଙ୍କା ମିଳିଛି। ପରେ କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ନାଗପୁରା ଅଞ୍ଚଳର ଅନ୍ୟ ଜଣେ ଯୁବତୀଙ୍କୁ ପ୍ରେମଜାଲରେ ଫସାଇ ବିବାହ କରିଛନ୍ତି। ଏହି ବିବାହ ବାବଦରେ ମଧ୍ୟ ୧୦ଲକ୍ଷ ଟଙ୍କା ପାଇଛନ୍ତି। ବିବାହ କରିଥିବା ଜଣେ ଯୁବତୀଙ୍କୁ ସଇଜୁଦ୍ଦିନ ହାଇଦରାବାଦ ନେଇ ସେଠାରେ ବିକ୍ରି କରିଦେଇଥିବା ସନ୍ଦେହ ରହିଛି ବୋଲି ମହିଳା ଅଭିଯୋଗରେ ଦର୍ଶାଇଛନ୍ତି।

ଅଭିଯୋଗକୁ ଗୁରୁତ୍ୱର ସହ ଗ୍ରହଣ କରି ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଥାନାରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ଥାନା ଅଧିକାରୀ ଦିଲୀପ କୁମାର ସାହୁ କହିଛନ୍ତି ଯେ ଅଭିଯୋଗ ପରେ ସଇଜୁଦ୍ଦିନ୍‌ ନାମରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଉଛି। ସେ ଫେରାର ହୋଇଯାଇଛନ୍ତି। ଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ସାହୁ କହିଛନ୍ତି। ଏସ୍‌ପି ସିଦ୍ଧାର୍ଥ କଟାରିଆ କହିଛନ୍ତି ଯେ ମହିଳାଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ପୁଲିସ୍‌ର ଏକ ଟିମ୍‌ ହାଇଦରାବାଦ ଯାଇ ତଥ୍ୟ ସଂଗ୍ରହ କରୁଛି।

19 Dec 2025 By Deviprasad Mohanty

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର