ଆସନ୍ତାକାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

ରାଜନଗର: ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ତେବେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ, ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ। ପର୍ଯ୍ୟଟକମାନେ ଭିତରକନିକା […]

ରାଜନଗର: ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ତେବେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ, ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି। ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍‌‌ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା  ସ୍କାଏ ୱାକ୍‌‌ ବ୍ରିଜ, ୱାଚ୍‌‌ ଟାଓା୍ୱର, ସେଲ୍‌ଫଫି ପଏଣ୍ଟ, ମ୍ୟାନଗ୍ରୁଭ ମେଟା ନର୍ସରୀ, ବୋଟ ଲାଇବ୍ରେରୀ, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ। ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ଡାଙ୍ଗମାଳ ଓ ଗୁପ୍ତି ଠାରେ ରହିଥିବା ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ନୈସର୍ଗିକ ଶୋଭା ଉପଭୋଗ କରିପାରିବେ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସେପଟେ ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଗତବର୍ଷଠାରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି। ଯାହା ପର୍ଯ୍ୟଟକମାନଙ୍କୁ ବେଶ ପସନ୍ଦ ଆସୁଛି। ମ୍ୟାନଗ୍ରୁଭ୍‌ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍‌ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି। ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

31 Jul 2025 By The Sakala

ଆସନ୍ତାକାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ତେବେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ, ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ।

ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି। ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍‌‌ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା  ସ୍କାଏ ୱାକ୍‌‌ ବ୍ରିଜ, ୱାଚ୍‌‌ ଟାଓା୍ୱର, ସେଲ୍‌ଫଫି ପଏଣ୍ଟ, ମ୍ୟାନଗ୍ରୁଭ ମେଟା ନର୍ସରୀ, ବୋଟ ଲାଇବ୍ରେରୀ, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ। ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ଡାଙ୍ଗମାଳ ଓ ଗୁପ୍ତି ଠାରେ ରହିଥିବା ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ନୈସର୍ଗିକ ଶୋଭା ଉପଭୋଗ କରିପାରିବେ।

ସେପଟେ ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଗତବର୍ଷଠାରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି। ଯାହା ପର୍ଯ୍ୟଟକମାନଙ୍କୁ ବେଶ ପସନ୍ଦ ଆସୁଛି। ମ୍ୟାନଗ୍ରୁଭ୍‌ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍‌ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି। ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।

https://www.thesakala.in/latest-odisha-news/kendrapara/bhitarkanika-national-park-to-open-for-tourists-from-tomorrow/article-41828
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର