କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠୁ ୧୪ ତାରିଖ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ବାହାରେ ଥିବା ନଦୀ ନାଳରେ କୁମ୍ଭୀରମାନଙ୍କ ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୪ରୁ ୧୪ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀର ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୧୫ରେ ଭିତରକନିକା […]

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ବାହାରେ ଥିବା ନଦୀ ନାଳରେ କୁମ୍ଭୀରମାନଙ୍କ ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୪ରୁ ୧୪ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀର ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୧୫ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁଆରୀ ୨୦୨୨ରେ ହୋଇଥିବା ଗଣନା ଅନୁସାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

୧୯୭୦ ମଧ୍ୟଭାଗ୍ୟରେ କରାଯାଇଥିବା ଏକ ସର୍ଭେରେ ଭାରତବର୍ଷରେ କୁମ୍ଭୀରଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡ଼ିଥିଲା। ଏହାପରେ କୁମ୍ଭୀରମାନଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହି ଯୋଜନା ଅନୁଯାୟୀ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡଃ ଏଚ୍‌‌.ଆର୍‌‌. ବଷ୍ଟାର୍ଡ ଓଡ଼ିଶା ସମୁଦ୍ର ଉପକୂଳ ପରିଦର୍ଶନ କରି ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ। ୧୯୭୫ରେ ୧୧୫ ବର୍ଗ କିଲୋମିଟର ଅଞ୍ଚଳରେ ୫୦ ଲକ୍ଷ ବ୍ୟୟରେ ଦେଶର ପ୍ରଥମ ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ର ଗଢି ଉଠିଥିଲା। ପ୍ରଥମେ ୩୪ଟି ପରିପକ୍ୱ କୁମ୍ଭୀରଙ୍କ ସହିତ ୯୬ଟି କୁମ୍ଭୀରଙ୍କୁ ନେଇ ଏହି ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏହି ସଂଖ୍ୟା ୧୭୮୪ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

03 Jan 2023 By The Sakala

କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠୁ ୧୪ ତାରିଖ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ବାହାରେ ଥିବା ନଦୀ ନାଳରେ କୁମ୍ଭୀରମାନଙ୍କ ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୪ରୁ ୧୪ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀର ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରୀ ୧୫ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁଆରୀ ୨୦୨୨ରେ ହୋଇଥିବା ଗଣନା ଅନୁସାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି।

୧୯୭୦ ମଧ୍ୟଭାଗ୍ୟରେ କରାଯାଇଥିବା ଏକ ସର୍ଭେରେ ଭାରତବର୍ଷରେ କୁମ୍ଭୀରଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡ଼ିଥିଲା। ଏହାପରେ କୁମ୍ଭୀରମାନଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହି ଯୋଜନା ଅନୁଯାୟୀ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡଃ ଏଚ୍‌‌.ଆର୍‌‌. ବଷ୍ଟାର୍ଡ ଓଡ଼ିଶା ସମୁଦ୍ର ଉପକୂଳ ପରିଦର୍ଶନ କରି ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ। ୧୯୭୫ରେ ୧୧୫ ବର୍ଗ କିଲୋମିଟର ଅଞ୍ଚଳରେ ୫୦ ଲକ୍ଷ ବ୍ୟୟରେ ଦେଶର ପ୍ରଥମ ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ର ଗଢି ଉଠିଥିଲା। ପ୍ରଥମେ ୩୪ଟି ପରିପକ୍ୱ କୁମ୍ଭୀରଙ୍କ ସହିତ ୯୬ଟି କୁମ୍ଭୀରଙ୍କୁ ନେଇ ଏହି ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏହି ସଂଖ୍ୟା ୧୭୮୪ରେ ପହଞ୍ଚିଛି।

https://www.thesakala.in/latest-odisha-news/kendrapara/bhitarkanika-national-park-will-be-closed-from-tomorrow-till-14th-january/article-17855
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର