ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ଆକର୍ଷଣ ସାଜିବ ସ୍କାଏୱାକ୍‌‌ ବ୍ରିଜ

The Sakala Picture
Published On

ରାଜନଗର: ପ୍ରକୃତିର ଗନ୍ତାଘର ଜାତୀୟ ଉଦ୍ୟାନ ଭିତରକନିକା ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେଣୁ ଅଗଷ୍ଟ ୧ରୁ ପର୍ଯ୍ୟଟକ ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ। ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ […]

ରାଜନଗର: ପ୍ରକୃତିର ଗନ୍ତାଘର ଜାତୀୟ ଉଦ୍ୟାନ ଭିତରକନିକା ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେଣୁ ଅଗଷ୍ଟ ୧ରୁ ପର୍ଯ୍ୟଟକ ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଚଳିତବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି। ମ୍ୟାନଗ୍ରୁଭ୍‌ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍‌ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି। ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ଆସନ୍ତା ଅଗଷ୍ଟ ୧ ତାରିଖ ଦିନ ଏହି ସ୍କାଏ ୱାକ ଉଦ୍‌‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ସୂଚନାଯୋଗ୍ୟ, ମେ’ ୧ରୁ ଜୁଲାଇ ୩୧ଯାଏ ୩ ମାସ ଧରି କୁମ୍ଭୀର ପ୍ରଜନନ ଋତୁ ପାଇଁ ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ: ଆଜି ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ: ସୁବର୍ଣ୍ଣ ଅଳଙ୍କାରରେ ଝଟକିବେ ଚତୁର୍ଦ୍ଧାମୂର୍ତ୍ତି

25 Jul 2024 By The Sakala

ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ଆକର୍ଷଣ ସାଜିବ ସ୍କାଏୱାକ୍‌‌ ବ୍ରିଜ

ରାଜନଗର: ପ୍ରକୃତିର ଗନ୍ତାଘର ଜାତୀୟ ଉଦ୍ୟାନ ଭିତରକନିକା ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେଣୁ ଅଗଷ୍ଟ ୧ରୁ ପର୍ଯ୍ୟଟକ ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ।

ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଚଳିତବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି। ମ୍ୟାନଗ୍ରୁଭ୍‌ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍‌ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି। ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ଆସନ୍ତା ଅଗଷ୍ଟ ୧ ତାରିଖ ଦିନ ଏହି ସ୍କାଏ ୱାକ ଉଦ୍‌‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ମେ’ ୧ରୁ ଜୁଲାଇ ୩୧ଯାଏ ୩ ମାସ ଧରି କୁମ୍ଭୀର ପ୍ରଜନନ ଋତୁ ପାଇଁ ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର