କୁମ୍ଭୀର ଗଣନା ପାଇଁ ୧୦ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ  ବନ୍ଦ ରହିବ। ଜାନୁୟାରୀ ୨ ତାରିଖରୁ ୧୧ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀର ମାନଙ୍କର ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ […]

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ  ବନ୍ଦ ରହିବ। ଜାନୁୟାରୀ ୨ ତାରିଖରୁ ୧୧ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀର ମାନଙ୍କର ଗଣନା କରାଯିବ। ୧୦ଦିନ ଧରି ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁୟାରୀ ୧୨ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ।
ଭିତରକନିକାରେ ଜାନୁୟାରୀ ୨୦୨୧ରେ ହୋଇଥିବା ଗଣନା ଅନୁସାରେ ୧୭୬୮ ବଉଳା କୁମ୍ଭୀର ଅଛନ୍ତି।

About The Author: The Sakala