ଭିତରକନିକାରେ ବଢିଲେ ବିଦେଶୀପକ୍ଷୀ, ଗତବର୍ଷ ଠାରୁ ୧୯୩ ପକ୍ଷୀ ଅଧିକ…

The Sakala Picture
Published On

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆଜି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ୫୧ ହଜାର ୬୧୪ ପକ୍ଷୀ ଆସିଛନ୍ତି । ଅର୍ଥାତ ଗତବର୍ଷ ଠାରୁ ଚଳିତବର୍ଷ ଭିତରକନିକାକୁ ୧୯୩ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୨୧ ପ୍ରଜାତିର ପକ୍ଷୀ ଆସିଥିବା ବେଳେ […]

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆଜି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ୫୧ ହଜାର ୬୧୪ ପକ୍ଷୀ ଆସିଛନ୍ତି । ଅର୍ଥାତ ଗତବର୍ଷ ଠାରୁ ଚଳିତବର୍ଷ ଭିତରକନିକାକୁ ୧୯୩ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୨୧ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୧୮ ,ଲାର୍ଜ ହୁଇସିଲିଂ ଡକ ପ୍ରଜାତିର ପକ୍ଷୀ ସବୁଠୁ ଅଧିକ ୪୪୮୨୫ ଆସିଛନ୍ତି ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ଚଳିତ ବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି । ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାୟରୁ ରକ୍ଷା ପାଇବା ପାଇଁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତର ଗୋଲାର୍ଦ୍ଧରୁ ଏହି ପକ୍ଷୀମାନେ ଆସିଥିବା ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ଚଳିତମାସ ୧୮ ତାରିଖ ଦିନ ୧୮ଟି ଟିମ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମୀ, ଜମ୍ବୁ, ବତୀଘର, ବରୁଣେଇ ମୁହାଁଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଁଣ, ଲକ୍ଷ୍ମୀପ୍ରସାଦଡିଅିଁ, କାଳିଭଂଜଡିଆଁ, ମଗରକନ୍ଦା, ଚିଂଚିରି ମାଉଥ, ଚିତଉକୋଲ୍ଲା, ଭିତରକନିକାମାଉଥ, ଏକମାଣିଆ, ରାଜଗଡ ପ୍ରଭୃତି ସ୍ଥାନ ମାନଙ୍କରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା । ରାଜନଗର ବନ ବିଭାଗ ପକ୍ଷରୁ ୫ଟି ରେଞ୍ଜ ଅଂଚଳରେ ଭିଡ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା । ସାଧାରଣତଃ ଖୋଲାଜାଗା, ଧାନବିଲ, ନଦୀପଠା ଓ ଜଳାଶୟ ଗୁଡିକରେ ଅଧିକ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଛି

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

19 Jan 2025 By The Sakala

ଭିତରକନିକାରେ ବଢିଲେ ବିଦେଶୀପକ୍ଷୀ, ଗତବର୍ଷ ଠାରୁ ୧୯୩ ପକ୍ଷୀ ଅଧିକ…

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆଜି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୪୨୧ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ୫୧ ହଜାର ୬୧୪ ପକ୍ଷୀ ଆସିଛନ୍ତି । ଅର୍ଥାତ ଗତବର୍ଷ ଠାରୁ ଚଳିତବର୍ଷ ଭିତରକନିକାକୁ ୧୯୩ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୨୧ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୧୮ ,ଲାର୍ଜ ହୁଇସିଲିଂ ଡକ ପ୍ରଜାତିର ପକ୍ଷୀ ସବୁଠୁ ଅଧିକ ୪୪୮୨୫ ଆସିଛନ୍ତି ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି । ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାୟରୁ ରକ୍ଷା ପାଇବା ପାଇଁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତର ଗୋଲାର୍ଦ୍ଧରୁ ଏହି ପକ୍ଷୀମାନେ ଆସିଥିବା ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚଳିତମାସ ୧୮ ତାରିଖ ଦିନ ୧୮ଟି ଟିମ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମୀ, ଜମ୍ବୁ, ବତୀଘର, ବରୁଣେଇ ମୁହାଁଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଁଣ, ଲକ୍ଷ୍ମୀପ୍ରସାଦଡିଅିଁ, କାଳିଭଂଜଡିଆଁ, ମଗରକନ୍ଦା, ଚିଂଚିରି ମାଉଥ, ଚିତଉକୋଲ୍ଲା, ଭିତରକନିକାମାଉଥ, ଏକମାଣିଆ, ରାଜଗଡ ପ୍ରଭୃତି ସ୍ଥାନ ମାନଙ୍କରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା । ରାଜନଗର ବନ ବିଭାଗ ପକ୍ଷରୁ ୫ଟି ରେଞ୍ଜ ଅଂଚଳରେ ଭିଡ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା । ସାଧାରଣତଃ ଖୋଲାଜାଗା, ଧାନବିଲ, ନଦୀପଠା ଓ ଜଳାଶୟ ଗୁଡିକରେ ଅଧିକ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର