ଆନନ୍ଦ ଉତ୍ସାହର ସହିତ ଶେଷ ହେଲା କନିକା ରାଜ ମେଲଣ: ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକେ

The Sakala Picture
Published On

ରାଜକନିକା:କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ରେ ୬୦୦ବର୍ଷର କନିକା ରାଜ ମେଲଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି । ୫ଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଲଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଲଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଲଣ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି । ଏହି ରାଜ ମେଲଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ ଚାହିଁ ରହିଥାନ୍ତି । ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ା ଠାରୁ […]

ରାଜକନିକା:କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ରେ ୬୦୦ବର୍ଷର କନିକା ରାଜ ମେଲଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି । ୫ଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଲଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଲଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଲଣ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି । ଏହି ରାଜ ମେଲଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ ଚାହିଁ ରହିଥାନ୍ତି । ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ା ଠାରୁ ଆରମ୍ଭ କରି ଆଳି, ପଟ୍ଟାମୁଣ୍ଡାଇ ରାଜନଗର ଏବଂ ଚାନ୍ଦବାଲି ଅଂଚଳରୁ ହାଜାର ହଜାର ଲୋକେ ଯୋଗଦେଇ ପ୍ରେମ ଓ ପ୍ରୀତିର ପର୍ବ ହୋଲି ଉତ୍ସବକୁ ପାଳନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ଏହି ମେଲଣରେ ଲୋକେ କନିକା ରାଜା ଶିବେନ୍ଦ୍ର ନାରାୟଣ ଭଞ୍ଜଦେବ ଏବଂ ରାଣୀ ମୃଣାଳିନୀ ଦେବୀ ହଜାର ହଜାର ଲୋକମାନଙ୍କ ସହିତ ରଙ୍ଗ ଅବିରରେ ହୋଲି ଖେଳି ସମସ୍ତଙ୍କ ଶୁଭକାମନା ଜଣାଇଥିଲେ । ରାଜାରାଣୀ ରାଧାକୃଷ୍ଣଙ୍କୁ ଦର୍ଶନ କରି ପୂଜାଅର୍ଚ୍ଚନା କରିଛନ୍ତି । ଏହି ଉତ୍ସବରେ ସାଧାରଣ ଜନତା ନିଆରା ଢ଼ଙ୍ଗରେ ରାଜାରାଣୀଙ୍କ ସହିତ ରଙ୍ଗ ଖେଳିବାର ମଜା ନେଇଛନ୍ତି । ୫୦ରୁ ଅଧିକ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ସୁସର୍ଜ୍ଜିତ ବିମାନରେ ଧାଡ଼ି ଧାଡ଼ି ହୋଇ ମେଲଣ ପଡ଼ିଆକୁ ଶୋଭାଯାତ୍ରାରେ ଆସି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । ପୁରାତନ ହୋଲି ଗୀତ ସାଙ୍ଗକୁ ଘଣ୍ଟ ହୁଳହୁଳି, କାହାଳୀ, ଝାଞ୍ଜ ମୃଦଙ୍ଗ ସହିତ ନାଚ ଗୀତରେ ଫାଟି ପଡ଼ିଥିଲା ମେଲଣ ପଡ଼ିଆ । କୃଷ୍ଣ ଭଜନ ଗାଇ ଗାଇ ରାଧାକୃଷ୍ଣଙ୍କ ଭକ୍ତି ନିବେଦନ କରଥିଲେ ଲୋକେ । ବିଭିନ୍ନ ଜାତି ଧର୍ମ ଓ ଦଳମତ ନିର୍ବିଶେଷରେ ଭେଦଭାବ ଭୁଲି ମେଲଣ ପଡ଼ିଆରେ ଏକାଠି ହୋଇ ଭାତୃଭାବ ସହିତ ପରସ୍ପର ରଙ୍ଗ ଅବିରରେ ହୋଲି ଖେଳି ଉତ୍ସବ ପାଳନ କରିଛନ୍ତି । ରାଜପ୍ରାସାଦର ପୂର୍ବ ଫାଟକ ଏବଂ ଦକ୍ଷିଣ ଫାଟକ ପ୍ରବଶ ପଥରେ ପ୍ରଭୁ ଗୋପିନାଥଜୀଉ, ବାବା ନୃସିଂହନାଥ ଜୀଉ ବିମାନରେ ଅତି ଭାବମୟ ପରିବେଶରେ ଚିତାକର୍ଷକ ଶୋଭାଯାତ୍ରାରେ ମେଲଣ ପଡ଼ିଆକୁ ଆସିଥିଲେ । ଏହା ପରେ ସମସ୍ତ ଠାକୁର ବିମାନରେ ରାଜପ୍ରାସାଦ ମଧ୍ୟକୁ ପ୍ରବେଶ କରିଥିଲେ । ରାଜା ଏବଂ ରାଣୀ ରାଧାକୃଷ୍ଣଙ୍କ ପୂଜା କରି ଚଅଁର ସେବା କରିଥିଲେ । ମେଲଣ ପଡ଼ିଆରେ ସମସ୍ତ ବିମାନରେ ରାଧାକୃଷ୍ଣଙ୍କୁ ଦର୍ଶନ କରି ଭୋଗ ଲାଗାଇଥିଲେ । ପୂର୍ବ ପରମ୍ପରା ଅନୁଯାଇ ମେଳଣ ଶେଷ ହେବା ପରେ ରାତିରେ ଗୋପାଳଜୀଉ, ରାସବିହାରୀ ଜୀଉ ଏବଂ ପ୍ରଭୁ ରାଧାକାନ୍ତ ଜୀଉଙ୍କ ଭେଟ ଅନୁଷ୍ଠିତ ହୋଇଥିଲା । ମେଲଣ ପଡ଼ିଆରେ ରାଜାରାଣୀ ସ୍ୱତନ୍ତ୍ର ପୂଜାପାଠ କରି ମେଣ୍ଢା ଗୁହାଳ ପୋଡ଼ିଥିଲେ । ଏହି ମେଲଣ ଉତ୍ସବରେ ପଟ୍ଟାମୁଣ୍ଡାଇ ଏସ୍‌ଡ଼ିିପିଓ ସନ୍ଧ୍ୟାରାଣୀ ବେହୁରିଆ ଏବଂ ରାଜକନିକା ଆଇଆଇସି ବିଲ୍ୱମଙ୍ଗଳ ସେଠୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

20 Mar 2022 By The Sakala

ଆନନ୍ଦ ଉତ୍ସାହର ସହିତ ଶେଷ ହେଲା କନିକା ରାଜ ମେଲଣ: ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକେ

ରାଜକନିକା:କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ରେ ୬୦୦ବର୍ଷର କନିକା ରାଜ ମେଲଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି । ୫ଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଲଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଲଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଲଣ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି । ଏହି ରାଜ ମେଲଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ ଚାହିଁ ରହିଥାନ୍ତି । ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ା ଠାରୁ ଆରମ୍ଭ କରି ଆଳି, ପଟ୍ଟାମୁଣ୍ଡାଇ ରାଜନଗର ଏବଂ ଚାନ୍ଦବାଲି ଅଂଚଳରୁ ହାଜାର ହଜାର ଲୋକେ ଯୋଗଦେଇ ପ୍ରେମ ଓ ପ୍ରୀତିର ପର୍ବ ହୋଲି ଉତ୍ସବକୁ ପାଳନ କରିଛନ୍ତି ।

ଏହି ମେଲଣରେ ଲୋକେ କନିକା ରାଜା ଶିବେନ୍ଦ୍ର ନାରାୟଣ ଭଞ୍ଜଦେବ ଏବଂ ରାଣୀ ମୃଣାଳିନୀ ଦେବୀ ହଜାର ହଜାର ଲୋକମାନଙ୍କ ସହିତ ରଙ୍ଗ ଅବିରରେ ହୋଲି ଖେଳି ସମସ୍ତଙ୍କ ଶୁଭକାମନା ଜଣାଇଥିଲେ । ରାଜାରାଣୀ ରାଧାକୃଷ୍ଣଙ୍କୁ ଦର୍ଶନ କରି ପୂଜାଅର୍ଚ୍ଚନା କରିଛନ୍ତି । ଏହି ଉତ୍ସବରେ ସାଧାରଣ ଜନତା ନିଆରା ଢ଼ଙ୍ଗରେ ରାଜାରାଣୀଙ୍କ ସହିତ ରଙ୍ଗ ଖେଳିବାର ମଜା ନେଇଛନ୍ତି । ୫୦ରୁ ଅଧିକ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ସୁସର୍ଜ୍ଜିତ ବିମାନରେ ଧାଡ଼ି ଧାଡ଼ି ହୋଇ ମେଲଣ ପଡ଼ିଆକୁ ଶୋଭାଯାତ୍ରାରେ ଆସି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । ପୁରାତନ ହୋଲି ଗୀତ ସାଙ୍ଗକୁ ଘଣ୍ଟ ହୁଳହୁଳି, କାହାଳୀ, ଝାଞ୍ଜ ମୃଦଙ୍ଗ ସହିତ ନାଚ ଗୀତରେ ଫାଟି ପଡ଼ିଥିଲା ମେଲଣ ପଡ଼ିଆ । କୃଷ୍ଣ ଭଜନ ଗାଇ ଗାଇ ରାଧାକୃଷ୍ଣଙ୍କ ଭକ୍ତି ନିବେଦନ କରଥିଲେ ଲୋକେ । ବିଭିନ୍ନ ଜାତି ଧର୍ମ ଓ ଦଳମତ ନିର୍ବିଶେଷରେ ଭେଦଭାବ ଭୁଲି ମେଲଣ ପଡ଼ିଆରେ ଏକାଠି ହୋଇ ଭାତୃଭାବ ସହିତ ପରସ୍ପର ରଙ୍ଗ ଅବିରରେ ହୋଲି ଖେଳି ଉତ୍ସବ ପାଳନ କରିଛନ୍ତି । ରାଜପ୍ରାସାଦର ପୂର୍ବ ଫାଟକ ଏବଂ ଦକ୍ଷିଣ ଫାଟକ ପ୍ରବଶ ପଥରେ ପ୍ରଭୁ ଗୋପିନାଥଜୀଉ, ବାବା ନୃସିଂହନାଥ ଜୀଉ ବିମାନରେ ଅତି ଭାବମୟ ପରିବେଶରେ ଚିତାକର୍ଷକ ଶୋଭାଯାତ୍ରାରେ ମେଲଣ ପଡ଼ିଆକୁ ଆସିଥିଲେ । ଏହା ପରେ ସମସ୍ତ ଠାକୁର ବିମାନରେ ରାଜପ୍ରାସାଦ ମଧ୍ୟକୁ ପ୍ରବେଶ କରିଥିଲେ । ରାଜା ଏବଂ ରାଣୀ ରାଧାକୃଷ୍ଣଙ୍କ ପୂଜା କରି ଚଅଁର ସେବା କରିଥିଲେ । ମେଲଣ ପଡ଼ିଆରେ ସମସ୍ତ ବିମାନରେ ରାଧାକୃଷ୍ଣଙ୍କୁ ଦର୍ଶନ କରି ଭୋଗ ଲାଗାଇଥିଲେ । ପୂର୍ବ ପରମ୍ପରା ଅନୁଯାଇ ମେଳଣ ଶେଷ ହେବା ପରେ ରାତିରେ ଗୋପାଳଜୀଉ, ରାସବିହାରୀ ଜୀଉ ଏବଂ ପ୍ରଭୁ ରାଧାକାନ୍ତ ଜୀଉଙ୍କ ଭେଟ ଅନୁଷ୍ଠିତ ହୋଇଥିଲା । ମେଲଣ ପଡ଼ିଆରେ ରାଜାରାଣୀ ସ୍ୱତନ୍ତ୍ର ପୂଜାପାଠ କରି ମେଣ୍ଢା ଗୁହାଳ ପୋଡ଼ିଥିଲେ । ଏହି ମେଲଣ ଉତ୍ସବରେ ପଟ୍ଟାମୁଣ୍ଡାଇ ଏସ୍‌ଡ଼ିିପିଓ ସନ୍ଧ୍ୟାରାଣୀ ବେହୁରିଆ ଏବଂ ରାଜକନିକା ଆଇଆଇସି ବିଲ୍ୱମଙ୍ଗଳ ସେଠୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର