ଦ୍ବିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀ ପାଇବେ ୧୧୧ କୋଟି ଟଙ୍କା ସହାୟତା, ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

The Sakala Picture
Published On

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ […]

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ। ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପରିଚାଳନାରେ ସମ୍ପୂର୍ଣ୍ଣ ଫେଲ୍ ମାରିଛନ୍ତି
ରାଜ୍ୟ ସରକାର: ବିଜେଡି

ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

05 May 2023 By The Sakala

ଦ୍ବିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀ ପାଇବେ ୧୧୧ କୋଟି ଟଙ୍କା ସହାୟତା, ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ। ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର