ଅଷ୍ଟ୍ରେଲିଆରେ ପାଠ ପଢ଼ିବେ କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜର ୫ ଛାତ୍ରଛାତ୍ରୀ, ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ ସମସ୍ତ ଖର୍ଚ୍ଚ

The Sakala Picture
Published On

ଭୁବନେଶ୍ୱର : କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା 5 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ। ସେମାନେ ବିଶ୍ୱର ଅନ୍ୟତମ ସୁନାମଧନ୍ୟ କର୍ଟିନ୍ ବିଶ୍ୱବିଦ୍ୟାଳୟରେ ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଏଥିପାଇଁ ସେମାନଙ୍କ ପାଠପଢ଼ା, ଅଷ୍ଟ୍ରେଲିଆରେ ରହଣୀ ଏବଂ ଯାତାୟାତ ବାବଦକୁ ସମସ୍ତ ଖର୍ଚ୍ଚ କେନ୍ଦୁଝର ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ। ସୋମବାର ଏହି ୫ […]

ଭୁବନେଶ୍ୱର : କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍ ପାସ କରିଥିବା 5 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ପଠାଯିବ। ସେମାନେ ବିଶ୍ୱର ଅନ୍ୟତମ ସୁନାମଧନ୍ୟ କର୍ଟିନ୍ ବିଶ୍ୱବିଦ୍ୟାଳୟରେ ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଏଥିପାଇଁ ସେମାନଙ୍କ ପାଠପଢ଼ା, ଅଷ୍ଟ୍ରେଲିଆରେ ରହଣୀ ଏବଂ ଯାତାୟାତ ବାବଦକୁ ସମସ୍ତ ଖର୍ଚ୍ଚ କେନ୍ଦୁଝର ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବହନ କରିବ। ସୋମବାର ଏହି ୫ ଜଣ ଛାତ୍ରଛାତ୍ରୀ ନବୀନ ନିବାସ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।

ଆହୁରି ପଢ଼ନ୍ତୁ: ସାମାଜିକ ସମନ୍ବୟକୁ କ୍ଷତି ପହଞ୍ଚାଇବା ଭଳି ପୋଷ୍ଟ ନ କରିବାକୁ ସୋସିଆଲ୍ ମିଡିଆ ବ୍ୟବହାରକାରୀଙ୍କୁ ଭଦ୍ରକ ପୋଲିସର ଅପିଲ୍

ଓଡ଼ିଶାର କେନ୍ଦୁଝର ଜିଲ୍ଲାରୁ ଏହି ଛାତ୍ରଛାତ୍ରୀମାନେ ଅଷ୍ଟ୍ରେଲିଆ ଯାଇ କର୍ଟିନ୍ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ, ମିନେରାଲ୍ସ, ଏନର୍ଜି ଆଣ୍ଡ୍ କେମିକାଲ ଇଞ୍ଜିନିୟରିଂ(WASM: MECE)ରେ ଉଚ୍ଚଶିକ୍ଷା ଲାଭ କରିବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ନିଜର ଖୁସିବ୍ୟକ୍ତ କରିଥିଲେ। ସେ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏହି ନୂଆ ଯାତ୍ରାପାଇଁ ଶୁଭେଚ୍ଛା ଜଣାଇବା ସାଙ୍ଗକୁ କଠିନ ପରିଶ୍ରମ କରି ନିଜର କ୍ୟାରିଅର୍ ଲକ୍ଷ୍ୟ ହାସଲ କରିବାକୁ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ମଣ୍ଡିର ଗୋଲକ ଧନ୍ଦାରେ ଛନ୍ଦି ହେଲେଣି ଚାଷୀ; ଯୋଗ୍ୟ ଚାଷୀଙ୍କ ଅପେକ୍ଷା ଅଯୋଗ୍ୟ ହାତେଇଛନ୍ତି ଅଧିକ ଟାର୍ଗେଟ

ପ୍ରକାଶ ଯେ, ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟର ବିଭିନ୍ନ ଉଦ୍ୟୋଗମାନଙ୍କର ସହ ସମ୍ପର୍କ, ଉଚ୍ଚ-ପ୍ରଭାବ ଅନୁସନ୍ଧାନ ଏବଂ ନବୀନ ପାଠ୍ୟକ୍ରମର ବିସ୍ତୃତ ଶୃଙ୍ଖଳା ପାଇଁ ଏହା ସମଗ୍ର ବିଶ୍ୱରେ ପରିଚିତ। ଏହି ଶିକ୍ଷାନୁଷ୍ଠାନ ଲଗାତାର ୭ ବର୍ଷ ଧରି ମିନେରାଲ୍ ଏବଂ ମାଇନିଂ ଇଞ୍ଜିନିୟରିଂ ଶିକ୍ଷାଦାନ କ୍ଷେତ୍ରରେ କ୍ୟୁଏସ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ଦ୍ୱିତୀୟ ସ୍ଥାନ ଅଧିଗ୍ରହଣ କରିଆସୁଛି। ଏଠାରେ ଅଧ୍ୟୟନ କରିବା ପାଇଁ କେନ୍ଦୁଝର ଜିଲ୍ଲାରୁ ଯେଉଁ ୫ ଛାତ୍ରଛାତ୍ରୀଙ୍କ ଚୟନ ହୋଇଛି ସେମାନେ ହେଲେ, ମିନର୍ଭା ସାହୁ, ଅଦ୍ୱିକ କୁମାର, ଆକିବ୍ ଅହମ୍ମଦ, ଗିତିଶ ଶେଖର ନାୟକ ଓ ସରୋଜ କୁମାର ବିଶ୍ୱକର୍ମା। ଏହି ସମସ୍ତ ଛାତ୍ରଛାତ୍ରୀ ପ୍ରଫେସନାଲ୍ ମାଇନିଂ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ ପାଇଁ ଅଷ୍ଟ୍ରେଲିଆ ଯିବେ। ଏଥିପାଇଁ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ ସହ କେନ୍ଦୁଝର ଜିଲ୍ଲା ପ୍ରଶାସନର ବୁଝାମଣା ହୋଇଛି। ପର୍ଥ ଏବଂ ପଶ୍ଚିମ ଅଷ୍ଟ୍ରେଲିଆର ଐତିହାସିକ ଖଣି ସହର କଲଗୁର୍ଲିରେ ଏହାର କ୍ୟାମ୍ପସ୍ ରହିଛି। ଯେଉଁଠାରେ ଖଣିଭିତ୍ତିକ ଗବେଷଣାର ପର୍ଯ୍ୟାପ୍ତ ସୁଯୋଗ ରହିଛି। ବିଶ୍ୱର ବିଭିନ୍ନ ପ୍ରତିଷ୍ଠିତ ଉଦ୍ୟୋଗମାନଙ୍କରେ ଛାତ୍ରଛାତ୍ରୀମାନଙ୍କୁ ନିୟୋଜନ କରିବାରେ ଏହି ସ୍କୁଲର ଭଲ ଟ୍ରାକ୍ ରେକର୍ଡ଼ ମଧ୍ୟ ରହିଛି।

ଆହୁରି ପଢ଼ନ୍ତୁ: 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ' ଯୋଜନା ଶୁଭାରମ୍ଭ, ବିବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବେ ସରକାର

କେନ୍ଦୁଝର ଜିଲ୍ଲା ପ୍ରଶାସନ ଏବଂ ୱେଷ୍ଟ୍ ଅଷ୍ଟ୍ରେଲିଆନ୍ ସ୍କୁଲ୍ ଅଫ୍ ମାଇନ୍ସ ମଧ୍ୟରେ ହୋଇଥିବା ଏହି ବୁଝାମଣା ପଛରେ ଏକ ବଡ଼ ଏବଂ ମହତ ଉଦ୍ଦେଶ୍ୟ ରହିଛି। କେନ୍ଦୁଝର ଏକ ଜନଜାତି ବହୁଳ ଜିଲ୍ଲା ହେବା ସାଙ୍ଗକୁ ଏଠାରେ ଖଣିଜ ସମ୍ପଦର ଭଲ ଉପସ୍ଥିତି ମଧ୍ୟ ରହିଛି। ଏଣୁ ଜିଲ୍ଲାର ଶୈକ୍ଷିତ ବାତାବରଣକୁ ଉତ୍କୃଷ୍ଟତା ପ୍ରଦାନ କରିବା ଏବଂ ଏଠିକାର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଏହା ଜିଲ୍ଲା ପ୍ରଶାସନକୁ ଏକ ସୁଯୋଗ ପ୍ରଦାନ କରିଛି। ଏହି ବୁଝାମଣାର ଉଦ୍ଦେଶ୍ୟ କେବଳ କେନ୍ଦୁଝର ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ଯୋଗାଇଦେବା ନୁହେଁ, କେନ୍ଦୁଝର ଜିଲ୍ଲାର ସ୍ଥାନୀୟ ପ୍ରତିଭାମାନଙ୍କର ପରିପୋଷଣ ମଧ୍ୟ ଏହାର ଲକ୍ଷ୍ୟ। ମାଇନିଂ ଇଞ୍ଜିନିୟରିଂ କ୍ଷେତ୍ରରେ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ କରାଇ ସେମାନଙ୍କୁ ଭବିଷ୍ୟତରେ ନିଜ ଅଞ୍ଚଳର ବିକାଶରେ ନିୟୋଜନ କରାଇବା ଏବଂ ନେତୃତ୍ୱ ନେବାର ସୁଯୋଗ ଦେବା ହେଉଛି ଜିଲ୍ଲା ପ୍ରଶାସନର ମୂଳ ଉଦ୍ଦେଶ୍ୟ। ଯାହାକି ଶୈକ୍ଷିକ ସଫଳତା ଏବଂ ଦାୟିତ୍ୱପୂର୍ଣ୍ଣ ମାନବ ସମ୍ବଳ ପରିଚାଳନାର ଏକ ଉଜ୍ଜଳ ଉଦାହରଣ ରୂପେ ସାବ୍ୟସ୍ତ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସାକ୍ଷାତ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp