କେନ୍ଦୁଝରରେ ଲେଖାହେବ ନୂଆ କାହାଣୀ: ଆଜି ମେଡିକାଲ କଲେଜ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର/କେନ୍ଦୁଝର: ଆଜି କେନ୍ଦୁଝରରେ ଲେଖାହେବ ନୂଆ କାହାଣୀ । ଆରମ୍ଭ ହେବ ସମୃଦ୍ଧ ସ୍ବାସ୍ଥ୍ୟସେବାର ନୂଆ ଯୁଗ । ଉଦଘାଟିତ ହେବ ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ । କେନ୍ଦୁଝର ଯାଇ ଜିଲ୍ଲାବାସୀଙ୍କୁ ୪ହଜାର ୭ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟା ୧୫ରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ପହଞ୍ଚିବାର କାର୍ଯ୍ଯକ୍ରମ ରହିଛି । ସେଠାରୁ ଯାଇ ମଡିକାଲ କଲେଜର ଶୁଭ ଉଦଘାଟନ […]

ଭୁବନେଶ୍ୱର/କେନ୍ଦୁଝର: ଆଜି କେନ୍ଦୁଝରରେ ଲେଖାହେବ ନୂଆ କାହାଣୀ । ଆରମ୍ଭ ହେବ ସମୃଦ୍ଧ ସ୍ବାସ୍ଥ୍ୟସେବାର ନୂଆ ଯୁଗ । ଉଦଘାଟିତ ହେବ ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ । କେନ୍ଦୁଝର ଯାଇ ଜିଲ୍ଲାବାସୀଙ୍କୁ ୪ହଜାର ୭ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟା ୧୫ରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ପହଞ୍ଚିବାର କାର୍ଯ୍ଯକ୍ରମ ରହିଛି । ସେଠାରୁ ଯାଇ ମଡିକାଲ କଲେଜର ଶୁଭ ଉଦଘାଟନ କରିବେ ।

୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ମେଡ଼ିକାଲ୍ କଲେଜ । ଏଥିରେ ପ୍ରଥମ ବର୍ଷରେ ୧୦୦ଟି MBBS  ସିଟରେ ଆଡମିଶନ ହୋଇଛି । ୨୦୧୬ରେ ଧରଣୀ ଧର ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଖୁବଶୀଘ୍ର ସମସ୍ତ ବିଭାଗ କାର୍ଯ୍ଯକ୍ଷମ ହେବା ସହିତ, ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ ମିଳିପାରିବ ଉନ୍ନତମାନର ସ୍ବାସ୍ଥ୍ୟସେବା । ମେଡିକାଲ କଲେଜ ଉଦଘାଟନ ପରେ ଏସ ୪ ହଜାର ୭ ଶହ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସାରା ଜିଲ୍ଲାରେ ଉତ୍ସାହର ମାହୋଲ ରହିଥିବା ବେଳେ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଚୂଡ଼ାନ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥାକୁ ବ୍ୟବସ୍ଥିତ କରାଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ପରେ ୧୨ଟା ୨୧ ମିନିଟରେ ଭୁବନେଶ୍ବର ଫେରିଆସିବା କାର୍ଯ୍ଯକ୍ରମ ରହିଛି ।

ଗତକାଲି କେନ୍ଦୁଝରକୁ ବିଶ୍ବବିଦ୍ୟାଳୟ ଉପହାର ଦେଇଥିଲେ ମୁଖ୍ୟମନ୍ତ୍ରୀ । ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଛି । ଡିଡି କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ପରେ ଉପକୃତ ହେବେ ଜିଲ୍ଲାର ଛାତ୍ରଛାତ୍ରୀ । ଏଥିପାଇଁ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲାବାସୀ ।

13 Feb 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର