‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି
ଭୁବନେଶ୍ବର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା […]
ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । ୫ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।
ଆଲୋଚନାରେ ଭାଗ ନେଇ ୫ଟିସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ