ବଳଦକୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ, ୬ ଆହତ
ସାହାରପଡା/ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରିଡିହା ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲୋଟି ପଡିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଛି। […]
ସାହାରପଡା/ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରିଡିହା ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲୋଟି ପଡିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଛି। ଅଟୋ ଟି ସାହାରପଡା ପଟରୁ ପାଟଣା ଅଭିମୁଖେ ଯାଉଥିବା ସମୟରେ ଏକ ବଳଦକୁ ବଞ୍ଚାଇବାକୁ ଯାଇ ଓଲଟି ପଡିଥିବା ଜଣାପଡ଼ିଛି।