ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଓଡ଼ିଆ ଯୁବତୀ ମୃତ, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

Madhusudan Das Picture
Published On

କେନ୍ଦୁଝର: ତାମିଲନାଡୁ ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ଓଡ଼ିଆ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ । ମୃତ ଯୁବତୀ ଜଣକ କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ପିଟାନାଳୀ ଗ୍ରାମର ସୁମିତ୍ରା ଜୁଆଙ୍ଗ ହୋଇଥିବା ସୂଚନା । ସୁମିତ୍ରା ଜୁଆଙ୍ଗଙ୍କ ମୃତ୍ୟୁ ପରେ ଏହି ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ୧୧ ମୃତକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହକୁ ସେମାନଙ୍କୁ ଗାଁକୁ ଅଣାଯାଇ ଶେଷକୃତ୍ୟ ସଂପନ୍ନ କରାଯାଇଛି। ସମସ୍ତ ମୃତକ କେନ୍ଦୁଝର ଜିଲ୍ଲାର ଆଦିମ ଜୁଆଙ୍ଗ ଜନଜାତିର ହୋଇଥିବାରୁ ସ୍ଥାନୀୟ ଜୁଆଙ୍ଗ ଗାଁଗୁଡ଼ିକରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। 

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସୂଚନାଯୋଗ୍ୟ, ଗତ ୨୧ତାରିଖ ଦିନ ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲା ପେରିୟପାଲୟମ ନିକଟରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ଓ ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ଏକାଧିକ କର୍ମଚାରୀ ମୃତ୍ୟୁବରଣ କରିଥିବାବେଳେ ଅନେକ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।  

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର