ପାରିବାରିକ କଳହ: ସ୍ୱାମୀକୁ କାଠଫାଳିଆରେ ପିଟିପିଟି ହତ୍ୟା କଲା ସ୍ତ୍ରୀ

Madhusudan Das Picture
Published On

କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି । କାଠଫାଳିଆରେ ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ବାଙ୍କପାଟୁଳି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ମହିଳା ନିଜ ସ୍ୱାମୀଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ପତ୍ନୀ ଯାତ୍ରୀ ମୁଣ୍ଡାଙ୍କୁ ଗିରଫ କରିଛି। ମୃତକ ହେଲେ ଆନନ୍ଦ ମୁଣ୍ଡା । 

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସୂଚନା ଅନୁଯାୟୀ, ଗତ ୧୦ ତାରିଖ ରାତିରେ ଆନନ୍ଦ ମୁଣ୍ଡା ମଦ୍ୟପାନ କରି ଘରକୁ ଫେରିଥିଲେ। ଏହାକୁ ନେଇ ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ଆରମ୍ଭ ହୋଇଥିଲା। ରାଗର ବଶବର୍ତ୍ତୀ ହୋଇ ଯାତ୍ରୀ ମୁଣ୍ଡା ଏକ କାଠ ଫାଳିଆରେ ସ୍ୱାମୀ ଆନନ୍ଦଙ୍କ ମୁଣ୍ଡକୁ ଶକ୍ତ ଆକ୍ରମଣ କରିଥିଲେ। ସ୍ୱାମୀଙ୍କ ଆର୍ତ୍ତ ଚିତ୍କାର ଶୁଣି ପଡ଼ୋଶୀମାନେ ତୁରନ୍ତ ଘଟଣାସ୍ଥଳରେ ଦୌଡ଼ି ଆସିଥିଲେ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଆନନ୍ଦଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଗାଁ ପୋଲିସ ଘଟଣାସ୍ଥଳରେ ଓ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଏହି ଘଟଣାରେ ହତ୍ୟାକାରୀ ପତ୍ନୀ ଯାତ୍ରୀ ମୁଣ୍ଡାଙ୍କୁ ଗିରଫ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ମହିଳା ଜଣକ ମୃତକଙ୍କ ଦ୍ୱିତୀୟ ପତ୍ନୀ ଥିଲେ। ପୋଲିସ ଏବେ ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ପାରିପାର୍ଶ୍ୱିକ ସ୍ଥିତିର ଅନୁଧ୍ୟାନ କରୁଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର