ରାଜଧାନୀରେ ଲଜ୍ଜା: ପ୍ରେମ ଜାଲରେ ଫସାଇ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୪ କଲେଜ ଛାତ୍ର ଗିରଫ

Tapas Ranjan Nanda Picture
Published On

ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇ ତାଙ୍କ ସହ ଗଣଦୁଷ୍କର୍ମ କରାଯାଇଥିବା ନେଇ ଇନ୍‌ଫୋଭ୍ୟାଲି ଥାନାରେ ଏତଲା ରୁଜୁ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ କଲେଜ ଛାତ୍ରଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ; ବାଙ୍ଗିରିପୋଷି ଓ ସାରସକଣାରେ ସର୍ବାଧିକ ବର୍ଷା, କାତରା ଓ ବୁଢାବଳଙ୍ଗରେ ବନ୍ୟା

ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ପୁରୁଷ ବନ୍ଧୁ ଜଣକ ପ୍ରଥମେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ। ପରେ ଏକ ଘରୋଇ କଲେଜରେ ପଢ଼ୁଥିବା ଉକ୍ତ ଛାତ୍ରୀଙ୍କୁ କୌଶଳ କ୍ରମେ ନିଜ ରୁମ୍‌କୁ ଡାକିଥିଲେ। ଇନଫୋଭାଲି ଥାନା ଅନ୍ତର୍ଗତ କାଇମାଟିଆ ଅଞ୍ଚଳରେ ଥିବା ଏକ ମେସରେ ପ୍ରେମିକ ଏବଂ ତାଙ୍କର ଅନ୍ୟ ୩ ଜଣ ସାଙ୍ଗ ମିଶି ପୀଡ଼ିତାଙ୍କୁ ସଂଘବଦ୍ଧ ଭାବେ ଦୁଷ୍କର୍ମ କରିଥିଲେ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଏହି ସମ୍ବେଦନଶୀଳ ଘଟଣାର ଖବର ପାଇବା ପରେ କମିଶନରେଟ୍ ପୋଲିସ୍ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ସମସ୍ତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ସେମାନଙ୍କୁ କ୍ରାଇମ୍ ସ୍ପଟ୍‌କୁ ନେଇ ପୋଲିସ ତନାଘନା କରିଛି। ଘଟଣାସ୍ଥଳରେ ଏକ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ପ୍ରମାଣ ସଂଗ୍ରହ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର