ପାଞ୍ଚ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ

The Sakala Picture
Published On

ଖୋର୍ଦ୍ଧା: ଲାଞ୍ଚ ନେଇ ଧରାହେଲେ କିରାଣୀ । ମୃତ ବ୍ୟକ୍ତିଙ୍କ ପ୍ରମାଣପତ୍ର କରିଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଥାନା ଅନ୍ତର୍ଗତ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀ । ସୂଚନା ଅନୁସାରେ, ଚମ୍ପାଝର ଗ୍ରାମର ସୁନିଲ ତ୍ରିପାଠୀ ତାଙ୍କ ଜେଜେ ବାପା ଜେଜେ ମା’ଙ୍କ ମୃତ ପ୍ରମାଣ ପତ୍ର ପାଇ ହଳଦିଆ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଥିପାଇଁ […]

ଖୋର୍ଦ୍ଧା: ଲାଞ୍ଚ ନେଇ ଧରାହେଲେ କିରାଣୀ । ମୃତ ବ୍ୟକ୍ତିଙ୍କ ପ୍ରମାଣପତ୍ର କରିଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଥାନା ଅନ୍ତର୍ଗତ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀ । ସୂଚନା ଅନୁସାରେ, ଚମ୍ପାଝର ଗ୍ରାମର ସୁନିଲ ତ୍ରିପାଠୀ ତାଙ୍କ ଜେଜେ ବାପା ଜେଜେ ମା’ଙ୍କ ମୃତ ପ୍ରମାଣ ପତ୍ର ପାଇ ହଳଦିଆ ସ୍ବାସ୍ଥ୍ୟ କେନ୍ଦ୍ରର କିରାଣୀ ଅନୁପ ଶତପଥୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଥିପାଇଁ ୩ହଜାର ଲେଖାଏଁ ୬ହଜାର ଟଙ୍କା ଦାବି କରିଥିଲେ। ଶେଷରେ ୫ ହଜାରରେ କଥା ଛିଡିଥିଲା । ଆଜି ନିଜ କାର୍ଯ୍ୟାଳୟରେ ୫ ହଜାର ଟଙ୍କା ନେବାବେଳେ ଖବର ପାଇ ଖୋର୍ଦ୍ଧା ଭିଜିଲାନ୍ସ ଟିମ୍ ପହଞ୍ଚି ନଗଦ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର