ବନ୍ୟାସ୍ଥିତି ସମୀକ୍ଷା କଲେ ଖୋର୍ଦ୍ଧା ଜିଲ୍ଲାପାଳ: କ୍ଷୟକ୍ଷତି ରିପୋର୍ଟ ୭ ଦିନ ମଧ୍ୟରେ ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

The Sakala Picture
Published On

ଖୋର୍ଦ୍ଧା: ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସୱାନ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଜିଲ୍ଲାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି । ବଢି ପାଣି କ୍ରମଶଃ ହ୍ରାସ ପାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପାଣି ଘେରରେ ଥିବା ଲୋକ ମାନଙ୍କୁ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ ଅବ୍ୟାହତ ରଖିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଜଳ ଛାଡିବା ପରେ ପାନୀୟ ଜଳ, ସ୍ବାସ୍ଥ୍ୟ, ସଡକ ପଥ, ବିଦ୍ୟୁତ ସଂଯୋଗ ପୁନଃ କାର୍ଯ୍ୟକ୍ଷମ […]

ଖୋର୍ଦ୍ଧା: ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସୱାନ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଜିଲ୍ଲାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି । ବଢି ପାଣି କ୍ରମଶଃ ହ୍ରାସ ପାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପାଣି ଘେରରେ ଥିବା ଲୋକ ମାନଙ୍କୁ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ ଅବ୍ୟାହତ ରଖିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଜଳ ଛାଡିବା ପରେ ପାନୀୟ ଜଳ, ସ୍ବାସ୍ଥ୍ୟ, ସଡକ ପଥ, ବିଦ୍ୟୁତ ସଂଯୋଗ ପୁନଃ କାର୍ଯ୍ୟକ୍ଷମ କରିବା ସହ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଜଳଉତ୍ସ ଏବଂ ନଳକୂପ ବିଶୋଧନ, ଜନସ୍ବାସ୍ଥ୍ୟ, ପଶୁସ୍ବାସ୍ଥ୍ୟ ଉପରେ ଗୁରୁତ୍ବ ଦେବା ନିମନ୍ତେ ବୈଠକରେ ଆଲୋଚନା ହୋଇଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସେହିଭଳି କ୍ଷତିଗ୍ରସ୍ତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସନ୍ତା ୭ ଦିନ ମଧ୍ୟରେ ପ୍ରଦାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କ୍ଷୟକ୍ଷତି ଆକଳନ ସମୟରେ ଯୋଗ୍ୟ ହିତାଧିକାରୀ ଯେପରି କ୍ଷତିପୂରଣ ପାଇବାରୁ ବଞ୍ଚିତ ନହୁଅନ୍ତି ଏବଂ ଅଯୋଗ୍ୟ ବ୍ୟକ୍ତି କ୍ଷତିପୂରଣ ପାଇବା ତାଲିକାଭୁକ୍ତ ନହେବାକୁ ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଛନ୍ତି । କୃଷି, ଉଦ୍ୟାନ କୃଷି, ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର, ବାସଗୃହ,ପ୍ରାଣୀଧନ,ମତ୍ସ, ସଡକ ସମେତ ବିଭିନ୍ନ ବିଭାଗୀୟ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆକଳନ ନିମନ୍ତେ ପ୍ରତି ବ୍ଲକସ୍ତରରେ ଟିମ ମାନ ଗଠନ କରାଯିବ । ଉକ୍ତଟିମରେ ପଞ୍ଚାୟତିରାଜ, ରାଜସ୍ବ ଏବଂ ସଂପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ରହିବେ । ଏହିଟିମ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବା ସହ ଆକଳନ ବେଳେ ସଂପୃକ୍ତ ହିତାଧିକାରୀଙ୍କ କ୍ଷୟକ୍ଷତି ସ୍ଥାନର ଫଟୋ ଜିଓଟ୍ୟାଗିଂ କରିବେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଉପ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଆପଦକାଳୀନ ଅଧିକାରୀ ଉର୍ମିପ୍ରଭା ମିଶ୍ର, ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବ୍ଲକରେ ସଂପୃକ୍ତ ବିଡିଓ, ତହସିଲଦାର ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ନାବାଳକ ଭାଇ ମୃତ

22 Aug 2022 By The Sakala

ବନ୍ୟାସ୍ଥିତି ସମୀକ୍ଷା କଲେ ଖୋର୍ଦ୍ଧା ଜିଲ୍ଲାପାଳ: କ୍ଷୟକ୍ଷତି ରିପୋର୍ଟ ୭ ଦିନ ମଧ୍ୟରେ ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଖୋର୍ଦ୍ଧା: ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସୱାନ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଜିଲ୍ଲାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି । ବଢି ପାଣି କ୍ରମଶଃ ହ୍ରାସ ପାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପାଣି ଘେରରେ ଥିବା ଲୋକ ମାନଙ୍କୁ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ ଅବ୍ୟାହତ ରଖିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଜଳ ଛାଡିବା ପରେ ପାନୀୟ ଜଳ, ସ୍ବାସ୍ଥ୍ୟ, ସଡକ ପଥ, ବିଦ୍ୟୁତ ସଂଯୋଗ ପୁନଃ କାର୍ଯ୍ୟକ୍ଷମ କରିବା ସହ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଜଳଉତ୍ସ ଏବଂ ନଳକୂପ ବିଶୋଧନ, ଜନସ୍ବାସ୍ଥ୍ୟ, ପଶୁସ୍ବାସ୍ଥ୍ୟ ଉପରେ ଗୁରୁତ୍ବ ଦେବା ନିମନ୍ତେ ବୈଠକରେ ଆଲୋଚନା ହୋଇଛି ।

ସେହିଭଳି କ୍ଷତିଗ୍ରସ୍ତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସନ୍ତା ୭ ଦିନ ମଧ୍ୟରେ ପ୍ରଦାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କ୍ଷୟକ୍ଷତି ଆକଳନ ସମୟରେ ଯୋଗ୍ୟ ହିତାଧିକାରୀ ଯେପରି କ୍ଷତିପୂରଣ ପାଇବାରୁ ବଞ୍ଚିତ ନହୁଅନ୍ତି ଏବଂ ଅଯୋଗ୍ୟ ବ୍ୟକ୍ତି କ୍ଷତିପୂରଣ ପାଇବା ତାଲିକାଭୁକ୍ତ ନହେବାକୁ ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଛନ୍ତି । କୃଷି, ଉଦ୍ୟାନ କୃଷି, ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର, ବାସଗୃହ,ପ୍ରାଣୀଧନ,ମତ୍ସ, ସଡକ ସମେତ ବିଭିନ୍ନ ବିଭାଗୀୟ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆକଳନ ନିମନ୍ତେ ପ୍ରତି ବ୍ଲକସ୍ତରରେ ଟିମ ମାନ ଗଠନ କରାଯିବ । ଉକ୍ତଟିମରେ ପଞ୍ଚାୟତିରାଜ, ରାଜସ୍ବ ଏବଂ ସଂପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ରହିବେ । ଏହିଟିମ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବା ସହ ଆକଳନ ବେଳେ ସଂପୃକ୍ତ ହିତାଧିକାରୀଙ୍କ କ୍ଷୟକ୍ଷତି ସ୍ଥାନର ଫଟୋ ଜିଓଟ୍ୟାଗିଂ କରିବେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଉପ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଆପଦକାଳୀନ ଅଧିକାରୀ ଉର୍ମିପ୍ରଭା ମିଶ୍ର, ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବ୍ଲକରେ ସଂପୃକ୍ତ ବିଡିଓ, ତହସିଲଦାର ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର