ହାତୀ ଆକ୍ରମଣରେ ଦୁଇ ଚାଷୀ ମୃତ

The Sakala Picture
Published On

ଖୋର୍ଦ୍ଧା/କାଳୁପଡାଘାଟ: ହାତୀ ଆକ୍ରମଣରେ ଗଲା ଦୁଇ ଚାଷୀଙ୍କ ଜୀବନ। ବାତ୍ୟା ଆସୁଥିବାରୁ ଧାନକୁ ସୁରକ୍ଷା ଦେବା ପାଇଁ ଦୁଇ ଚାଷୀ ଯାଇଥିଲେ ଜମିକୁ । ଦୁଇ ମୃତ ଚାଷୀ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ର ପୁର ପଞ୍ଚାୟତ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା (୭୦ ବର୍ଷ)ଓ ଅନ୍ୟ ଜଣେ ହେଲେ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ(୬୫ ବର୍ଷ) । ଖବର ଅନୁଯାୟୀ, ଗତ କାଲି ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ […]

ଖୋର୍ଦ୍ଧା/କାଳୁପଡାଘାଟ: ହାତୀ ଆକ୍ରମଣରେ ଗଲା ଦୁଇ ଚାଷୀଙ୍କ ଜୀବନ। ବାତ୍ୟା ଆସୁଥିବାରୁ ଧାନକୁ ସୁରକ୍ଷା ଦେବା ପାଇଁ ଦୁଇ ଚାଷୀ ଯାଇଥିଲେ ଜମିକୁ । ଦୁଇ ମୃତ ଚାଷୀ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ର ପୁର ପଞ୍ଚାୟତ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା (୭୦ ବର୍ଷ)ଓ ଅନ୍ୟ ଜଣେ ହେଲେ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ(୬୫ ବର୍ଷ) ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦ ବ୍ଲକର ବିଭିନ୍ନ ସ୍କୁଲରେ ଡିଇଓଙ୍କ ଅଚାନକ ଚଢ଼ଉ! ପଦାକୁ ଆସିଲା ସ୍କୁଲରେ ବ୍ୟାପକ ଅବ୍ୟବସ୍ଥା ଓ ଅନିୟମିତତା, କଡ଼ା କାର୍ଯ୍ୟାନୁଷ୍ଠାନ ଚେତାବନୀ

ଖବର ଅନୁଯାୟୀ, ଗତ କାଲି ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ ନିକଟରେ ୩ ଟି ଜଙ୍ଗଲୀ ହାତୀ ଆତଙ୍କ ଭିଆଇ ଥିଲେ । ସ୍ଥାନୀୟ ଚାଷୀଙ୍କ ମନରେ ଖେଳି ଯାଇଥିଲା ଆତଙ୍କ। ଲୋକେ ଧାନ ଜମିକୁ ସୁରକ୍ଷା ଦେବା ପାଇଁ ଏକାଠି ହେଉଥିବା ବେଳେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ସାଙ୍ଗ ହୋଇ ଯାଇଥିଲେ ଚାଷ ଜମିକୁ ସୁରକ୍ଷା ଦେବାପାଇଁ ।

ଆହୁରି ପଢ଼ନ୍ତୁ: ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ: ଏଏସଓ ଓ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ, ୩ ଅଟକ

ଚାଷ ଜମି ନିକଟରେ ଦୁହେଁ ବସିଥବା ବେଳେ ହାତୀ ପଲ ଆକ୍ରମଣ କରିଥିଲେ। ଫଳରେ ଚାଷ ଜମିରେ ଦୁହିଁ ଙ୍କର ମୃତୁ ହୋଇଥିଲା। କୃଷ୍ଣ ଚନ୍ଦ୍ର ଓ ଲକ୍ଷ୍ମୀଧର ଘରକୁ ଫେରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ। ଆଜି ସକାଳୁ ସେମାନଙ୍କ ମୃତ ଦେହ ଚାଷ ଜମିରେ ଲୋକେ ଠାବ କରିଛନ୍ତି। ଚାଷ ଜମିରେଏବେ ବି ପଡି ରହିଛି ଚାଷୀର ମୃତଦେହ। ଲୋକେ ବନ ବିଭାଗର ଅବହେଳାକୁ ଦାୟୀ କରି ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବି କରିଛନ୍ତି। ପୁଲିସ ସହ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ବ କରିଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିକେନ୍ ଦୋକାନୀଙ୍କୁ ହତ୍ୟା, ପୁଅ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର