କୋରାପୁଟ କଫି କାଫେ ଏବଂ ଇ-କମର୍ସ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଭିଡିଓ କନଫରେନ୍ସିଂ ଜରିଆରେ ଆଜି କୋରାପୁଟ କଫି କାଫେର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରାପୁଟ କଫି କାଫେର ଶୁଭାରମ୍ଭ କରିବା ସହ ଇ-କମର୍ସ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ‘କୋରାପୁଟ କଫି’ ବିକ୍ରି କରିବା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି । କଫି ଚାଷୀଙ୍କ ସାମାଜିକ-ଆର୍ଥିକ ଉନ୍ନତିରେ ଏହା ବଡ଼ ଭୂମିକା ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଦିଷ୍ଟ […]

ଭୁବନେଶ୍ୱର: ଭିଡିଓ କନଫରେନ୍ସିଂ ଜରିଆରେ ଆଜି କୋରାପୁଟ କଫି କାଫେର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରାପୁଟ କଫି କାଫେର ଶୁଭାରମ୍ଭ କରିବା ସହ ଇ-କମର୍ସ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ‘କୋରାପୁଟ କଫି’ ବିକ୍ରି କରିବା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି । କଫି ଚାଷୀଙ୍କ ସାମାଜିକ-ଆର୍ଥିକ ଉନ୍ନତିରେ ଏହା ବଡ଼ ଭୂମିକା ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ କଫି ଉତ୍ପାଦନ ହେଉଥିବା ବେଳେ, ଟିଡିସିସିଓଏଲର ପ୍ରୟାସରେ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି ଟାଟା କଫି ।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Koraput Cofee Cafe

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। କଫି ଚାଷୀଙ୍କୁ ୪୬ ହଜାର ଏକର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର, କାଶୀପୁର, ଦଶମନ୍ତପୁର, ନନ୍ଦପୁର, ଲମଟାପୁଟ, କୋରାପୁଟ ଓ ପଟ୍ଟାଙ୍ଗି ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮ ହଜାର ୭୯୦ କେଜି କଫି ଚେରି ସଂଗ୍ରହ କରିଛି। ୨୦୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଆଗାମୀ ଦିନରେ କଫି ଉତ୍ପାଦନ ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ସରକାର ଆନ୍ଧ୍ର ନିକଟରେ ଆତ୍ମସମର୍ପଣ କରିଛନ୍ତି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର