ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା ଅଟୋ : ଜଣେ ମୃତ, ୧୫ ଆହତ

The Sakala Picture
Published On

ଜୟପୁର : ସ୍ଥାନୀୟ ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତ ଅଧିନସ୍ଥ ମୁନ୍ଦାର ଗାଁ ନିକଟସ୍ଥ କଲଭର୍ଟ ତଳକୁ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଏହି ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତ ଅଧିନସ୍ଥ ମୁନ୍ଦାର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ପିଣ୍ଡା ପଦର ପଞ୍ଚାୟତ ଅଧିନସ୍ଥ ବରଗଛ ଗାଁର ଲୋକମାନେ ଏକ ଅଟୋରେ […]

ଜୟପୁର : ସ୍ଥାନୀୟ ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତ ଅଧିନସ୍ଥ ମୁନ୍ଦାର ଗାଁ ନିକଟସ୍ଥ କଲଭର୍ଟ ତଳକୁ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଏହି ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତ ଅଧିନସ୍ଥ ମୁନ୍ଦାର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି।

ମିଳିଥିବା ସୂଚନା ଅନୁସାରେ ପିଣ୍ଡା ପଦର ପଞ୍ଚାୟତ ଅଧିନସ୍ଥ ବରଗଛ ଗାଁର ଲୋକମାନେ ଏକ ଅଟୋରେ ଦୋଳପୂର୍ଣ୍ଣିମା ମେଲଣ ଦେଖିବାକୁ ଯାଇଥିଲେ। ଆଜି ସକାଳେ ଅଟୋ ଯୋଗେ ଘରକୁ ଫେରୁଥିଲେ। ଫେରିବା ସମୟରେ ଅଟୋଟି ଭାରସାମ୍ୟ ମୁନ୍ଦାର ଗାଁ ନିକଟରେ କଲଭର୍ଟ ତଳକୁ ଖସି ପଡ଼ିଥିଲା। ଆହତମାନଙ୍କୁ ସ୍ଥାନୀୟ ଅଞ୍ଚଳର ଯୁବକ ମାନେ ଉଦ୍ଧାର କରି ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଏହି ଦୁର୍ଘଟଣାରେ ଦାଶି ମୁଦୁଲି (୧୭)ଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ କଲେଜ୍ ଓ ହସପିଟାଲରେ ଭର୍ତ୍ତି କରାଯାଇଛି।

26 Mar 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର